ବାତ୍ୟା: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ବାତିଲ
ଭୁବନେଶ୍ବର: ସମ୍ଭାବ୍ୟ ବାତ୍ୟା ‘ଅର୍ଣ୍ଣବ’ ପାଇଁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ବାତିଲ ହୋଇଥିବା ଏକ ଅସମର୍ଥିତ ସୂତ୍ରରୁ ସୂଚନା ମିଳିଛି। ତେବେ ଏ ସଂପର୍କରେ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ କୌଣସି ବିଧିବଦ୍ଧ ସୂଚନା ଦିଆଯାଇନାହିଁ। ଆସନ୍ତା ୨୮ ତାରିଖରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବାର ଥିଲା। ଏହି ଅବସରରେ ସେ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁର ଗସ୍ତ କରିବା କାର୍ଯ୍ୟକ୍ରମ ରହିଥିଲା; କିନ୍ତୁ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ନେଇ ଆକଳନ କରାଯିବା ପରେ ତାଙ୍କ ଗସ୍ତକୁ ବାତିଲ୍ କରାଯାଇଥିବା ସୂଚନା ମିଳିଛି। ତେବେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ଆସନ୍ତା ନଭେମ୍ବର ୪ କିମ୍ବା ୫ ତାରିଖରେ ଓଡ଼ିଶା ଆସିପାରନ୍ତି ବୋଲି କୁହାଯାଉଛି।
Powered by Froala Editor