ଘନୀଭୂତ ହେଉଛି ସୃଷ୍ଟ ଅବପାତ, ୨୮ ସୁଦ୍ଧା ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିବ
ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଅବପାତ କ୍ରମଶଃ ଘନୀଭୂତ ହେଉଛି। ଏହା ଶକ୍ତିଶାଳୀ ହୋଇ ଗଭୀର ଅବପାତ ଏବଂ ପରେ ଘୂର୍ଣ୍ଣିବାତ୍ୟାର ରୂପ ନେବାର ଆଶଙ୍କା ରହିଛି। ଏହା ଆଗକୁ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇପାରେ ବୋଲି ଆକଳନ କରାଯାଉଛି। ପୂର୍ବ-କେନ୍ଦ୍ରୀୟ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରହିଥିବା ଏହି ଅବପାତ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ମୁହାଁଇବା ସମ୍ଭାବନା ରହିଛି।
ପାଣିପାଗ ଆକଳନ ଅନୁଯାୟୀ, ଅବପାତଟି ଅଧିକ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହେବ। ପରେ ଏହା ଘୂର୍ଣ୍ଣିବାତ୍ୟାର ରୂପ ନେଇ ଧୀରେ ଧୀରେ ଶକ୍ତି ବୃଦ୍ଧି କରିପାରେ। ଏହାର ଗତିପଥ ଓ ତୀବ୍ରତା ଉପରେ ପାଣିପାଗ ବିଭାଗ ନଜର ରଖିଛି।
ଆକଳନ ଅନୁସାରେ, ୨୮ ତାରିଖ ସକାଳ ସୁଦ୍ଧା ଏହା ଆନ୍ଧ୍ରପ୍ରଦେଶ ଉପକୂଳ ନିକଟରେ ପହଞ୍ଚିପାରେ। ସମ୍ଭାବ୍ୟ ବାତ୍ୟାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ମଧ୍ୟ ପାଣିପାଗ ପରିବର୍ତ୍ତନ ହେବାର ଆଶଙ୍କା ରହିଛି।
Powered by Froala Editor