ଏହି ଜିଲ୍ଲାରେ ୩୧ ପର୍ଯ୍ୟନ୍ତ ଅଙ୍ଗନବାଡ଼ି ସମେତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ
ଗଞ୍ଜାମ: ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲ୍ଲାରେ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ ଓ କଲେଜ ଛୁଟି ଘୋଷଣା କରାଯାଇଛି। ଲଗାତାର ବର୍ଷା ଯୋଗୁଁ ଜନଜୀବନ ପ୍ରଭାବିତ ହେବା ସହ ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ନେଇ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ବିଶେଷକରି ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଗୁରୁତ୍ୱ ଦେଇ ଅଙ୍ଗନବାଡ଼ି କେନ୍ଦ୍ର ସମେତ ବିଦ୍ୟାଳୟ ଓ ମହାବିଦ୍ୟାଳୟ ବନ୍ଦ ରଖିବା ନିଷ୍ପତ୍ତି ନିଆଯାଇଛି।
Powered by Froala Editor