ଏହିସବୁ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୱାର୍ଣ୍ଣିଂ ଜାରି
ଭୁବନେଶ୍ବର: ବାତ୍ୟା ‘ମୁରାସୁ’ ପାଇଁ ଆସନ୍ତା ୩ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାରେ ବିଜୁଳି ଘଡ଼ଘଡ଼ି ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଘଣ୍ଟା ପ୍ରତି ପବନର ବେଗ ୫୦ରୁ ୬୦କି.ମି. ଏବଂ ଝଟକା ପବନର ବେଗ ୭୦କି.ମି. ପର୍ଯ୍ୟନ୍ତ ଛୁଇଁବାର ଆଶଙ୍କା ରହିଛି। ଉପରୋକ୍ତ ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ସେହିପରି କଳାହାଣ୍ଡି, ନବରଙ୍ଗପୁର, ପୁରୀ ଏବଂ ଖୋରଧା ଜିଲାରେ ପ୍ରବଳ ବର୍ଷା ସହିତ ଘଣ୍ଟାପ୍ରତି ୫୦ରୁ ୬୦କି.ମି. ଏବଂ ସ୍ଥଳବିଶେଷରେ ଝଟକା ପବନର ବେଗ ୭୦କି.ମି. ପର୍ଯ୍ୟନ୍ତ ଛୁଇଁପାରେ। ୪ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି।
Powered by Froala Editor