ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
ନୂଆଦିଲ୍ଲୀ: ଦିଲ୍ଲୀରେ ପୁଣି ଭୁଶୁଡ଼ିଲା ବିଲଡିଂ। ଦିଲ୍ଲୀର ଚାୱଡି ବଜାର ଅଞ୍ଚଳରେ ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା। ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଧ୍ୱଂସାବଶେଷ ତଳେ ବହୁ ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି। ତିନି ମହଲା କୋଠାର ନିର୍ମାଣ କାର୍ଯ୍ୟ ଚାଲିଥିବା ସମୟରେ ହଠାତ୍ ଭୁଶୁଡ଼ି ପଡ଼ିଥିଲା।
କୋଠାର ଭଗ୍ନାବଶେଷ ତଳେ କେତେକ ଶ୍ରମିକ ତଥା ସ୍ଥାନୀୟ ଲୋକ ଚାପି ହୋଇ ରହିଥିବା ଆଶଙ୍କା କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ଦିଲ୍ଲୀ ପୋଲିସ, ଅଗ୍ନିଶମ ବାହିନୀ ଓ ଏନଡିଆରଏଫ୍ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।
Powered by Froala Editor