ଜିଲା ମୁଖ୍ୟ ଚିକିତ୍ସାଳୟର ୪ ମହଲାରୁ ଖସି ଗଲା ରୋଗୀ ଜୀବନ
ଢେଙ୍କାନାଳ: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟର ୪ ମହଲାରୁ ଖସିପଡ଼ି ଶୁକ୍ରବାର ବିଳମ୍ବିତ ରାତିରେ ମନୋଜ ଦେହୁରୀ (୩୫) ନାମକ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଛି। ମନୋଜ ଖସି ପଡ଼ିଥିଲେ ନା ଡେଇଁ ଆତ୍ମହତ୍ୟା କରିଛନ୍ତି ସେନେଇ ତଦନ୍ତ ଚାଲିଛି। ମନୋଜ ଦୁଇଦିନ ତଳେ ବାତ ଏବଂ ଅଧିକ ରକ୍ତଚାପ ଯୋଗୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିଲେ। ଚିକିତ୍ସାଳୟରେ ପର୍ଯ୍ୟାପ୍ତ ସୁରକ୍ଷା କର୍ମଚାରୀ ଥାଇ ମଧ୍ୟ ଏଭଳି ଅଘଟଣା କିପରି ଘଟିଲା, ଏହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।
Powered by Froala Editor