ଆଜି ବସିବ ସର୍ବଦଳୀୟ ବୈଠକ
ଭୁବନେଶ୍ୱର: ଶୀତ ଅଧିବେଶନ ପୂର୍ବରୁ ଆଜି ବସିବ ସର୍ବଦଳୀୟ ବୈଠକ। ବିଧାନସଭାରେ ଗୃହକାର୍ୟ୍ୟ ସୁରୁଖୁରୁରେ ପରିଚାଳନା ପାଇଁ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ଏଥିରେ ବିଜେପି, ବିଜେଡି ଓ କଂଗ୍ରେସର ନେତା ସାମିଲ ହେବେ।
ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ଏବଂ ସରକାରୀ ଦଳର ମୁଖ୍ୟ ସଚେତକଙ୍କ ସହ ବିରୋଧୀ ଦଳର ବିଧାୟକମାନେ ଯୋଗଦେବେ। ଅଧିବେଶନକୁ କିଭଳି ଶୃଙ୍ଖଳିତ ଓ ସୁରୁଖୁରୁରେ ଚଳାଯିବ, ସେନେଇ ଶାସକ ଓ ବିରୋଧୀଙ୍କ ସହଯୋଗ ଲୋଡ଼ିବେ ବାଚସ୍ପତି। ଏଥିସହ ଗୁରୁତ୍ୱପୂର୍ଣ୍ଣ ଜନସ୍ୱାର୍ଥ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ ରହିବ ଫୋକସ୍।
Powered by Froala Editor