ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି କଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । କାରଣ ସରକାର ସେମାନଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି କରିଛନ୍ତି । ସମୁଦାୟ ମହଙ୍ଗା ଭତ୍ତା ୬୦ରୁ ୬୩ ପ୍ରତିଶତକୁ ବୃଦ୍ଧି ନେଇ ଘୋଷଣା କରାଯାଇଛି ।
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ତିନି ପ୍ରତିଶତ ବୃଦ୍ଧି ବିଷୟ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୬୦ ପ୍ରତିଶତରୁ ୬୩ ପ୍ରତିଶତକୁ ବୃଦ୍ଧି ପାଇଛି। ଏହା ଜୁଲାଇ ପହିଲା ୨୦୨୬ରୁ ପିଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ନଭେମ୍ବର ମାସ ଦରମାରେ ନଗଦ ଆକାରରେ ମିଳିବ । ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି।
Powered by Froala Editor