ବାତ୍ୟା: ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ
ଭୁବନେଶ୍ବର: ବାତ୍ୟା ପାଇଁ ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ। ଆଜିଠାରୁ ନଭେମ୍ବର ୨୩ ତାରିଖ ପର୍ଯ୍ୟନ୍ତ ଜିଲ୍ଲା ମୁଖ୍ୟାଳୟ ନଛାଡିବା ପାଇଁ ନିର୍ଦ୍ଦେଶ ରହିଛି। ସମ୍ଭାବ୍ୟ ବାତ୍ୟା ଅକୱାନକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ଏଥିସହ ବିନା ଅନୁମତିରେ ସେମାନଙ୍କୁ ମୁଖ୍ୟାଳୟ ନଛାଡିବା ପାଇଁ ଜିଲ୍ଲାପାଳ ଅମ୍ରିତ ଋତୁରାଜ ନିର୍ଦ୍ଦେଶ ଦେଇଛନ୍ତି ।
ପୂର୍ବରୁ ଯେଉଁ ଅଧିକାରୀ ଛୁଟି କିମ୍ବା ମୁଖ୍ୟାଳୟ ଛାଡିବା ଅନୁମତି ନେଇଛନ୍ତି ଏହାକୁ ବାତିଲ କରାଯିବା ସହ ତୁରନ୍ତ କାର୍ଯ୍ୟରେ ଯୋଗ ଦେବାପାଇଁ ନିର୍ଦ୍ଦେଶ ଦିଆଯାଇଛି । ଏଥିସହ ଆସନ୍ତା ୬ ଦିନ ଜିଲ୍ଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଛି।
Powered by Froala Editor