୩ ଲକ୍ଷ ୭୨ ହଜାର ଲୋକଙ୍କୁ ସ୍ଥାନାନ୍ତରଣ : ଅନୁ ଗର୍ଗ
ଭୁବନେଶ୍ବର: ବାତ୍ୟା ଅକୱାନ ପାଇଁ ସରକାର ମୋଟ ୩ ଲକ୍ଷ ୭୨ ହଜାର ଲୋକଙ୍କୁ ସ୍ଥାନାନ୍ତରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ ହଜାର ଲୋକଙ୍କୁ ବିଭିନ୍ନ ଆଶ୍ରୟସ୍ଥଳୀରେ ରଖାଯାଇଛି। ସେହିପରି, ୪ ହଜାର ୪୫୭ ଜଣ ଗର୍ଭବତୀ ମହିଳାଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ କରାଯାଇଥିଲା।
ସେମାନଙ୍କ ମଧ୍ୟରୁ ୧୪୫୦ ଜଣ ମହିଳା ସନ୍ତାନ ପ୍ରସବ କରିଛନ୍ତି। ଉଭୟ ମା' ଓ ଶିଶୁ ସୁରକ୍ଷିତ ଅଛନ୍ତି। ବର୍ତ୍ତମାନ ମଧ୍ୟ ଏହି ପ୍ରକ୍ରିୟା ଜାରି ରହିଛି। ଅଧିକାରୀମାନେ ମଧ୍ୟ ଲୋକଙ୍କ ସହ ରହିଥିବା ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ କହିଛନ୍ତି।
Powered by Froala Editor