ଗୋଟିଏ କାର୍ ଧକ୍କାରେ ଦୁଇରୁ ଅଧିକ ଗାଡ଼ି ଚାଳକ ଗୁରୁତର ଆହତ
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ପୁଣି ହିଟ୍ ଆଣ୍ଡ ରନ୍ ଘଟଣା। ଏକ କାର୍ ଧକ୍କାରେ ଦୁଇରୁ ଅଧିକ ଗାଡ଼ି ଚାଳକ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ଘଟାଇ କାର୍ ଚାଳକ ଫେରାର ହୋଇଯାଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ପଳାଶୁଣି ଛକରୁ ଫୁଲନଖରା ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଏକ କାର୍ ଏକାଧିକ ଗାଡ଼ିକୁ ଧକ୍କା ଦେଇଥିଲା । ଏପରିକି ଜଣେ ମହିଳା ସ୍କୁଟି ଚାଳକଙ୍କୁ ପଛପଟୁ ଧକ୍କା ଦେବାରୁ ସେ ଗୁରୁତର ଆହତ ହୋଇଛନ୍ତି । ଦୁର୍ଘଟଣାରେ ଆହତ ସମସ୍ତଙ୍କୁ ଚିକିତ୍ସା ପାଇଁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣା ପରେ କାର୍ ଚାଳକ ଗାଡ଼ି ନେଇ ଫେରାର ହୋଇଯାଇଛି । ଅନ୍ୟପଟେ ଘଟଣାକୁ ନେଇ ପୁଲିସ ତଦନ୍ତ ଆରମ୍ଭ ହୋଇଛି।
Powered by Froala Editor