ଏଣିକି ଦୀଘା ଜଗନ୍ନାଥ ମନ୍ଦିରର ନାମ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର
ଭୁବନେଶ୍ଵର: ଦୀଘା ଜଗନ୍ନାଥ ମନ୍ଦିର ନାମରୁ ହଟିଲା ଧାମ ଶଦ୍ଦ। ଦୀଘା ଜଗନ୍ନାଥ ମନ୍ଦିରର ନାମକରଣକୁ ନେଇ ଦୀର୍ଘଦିନ ଧରି ଲାଗି ରହିଥିବା ବିବାଦର ଅବସାନ ଘଟିଛି । ଏଣିକି ମନ୍ଦିରର ନାମ ହେବ ଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର। ସେହିପରି ମନ୍ଦିର ପରିସରର ନାମ ମଧ୍ୟ ‘ଶ୍ରୀ ଶ୍ରୀ ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର’ ରଖାଯାଇଛି। ଏ ନେଇ ଓଡିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କୁ ଅବଗତ କରାଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ। ପଶ୍ଚିମବଙ୍ଗ ସରକାରଙ୍କ ଏହି ପଦକ୍ଷେପକୁ ସ୍ୱାଗତ କରିଛନ୍ତି ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମହାପ୍ରଭୁ ଶ୍ରୀଜଗନ୍ନାଥ ହେଉଛନ୍ତି ବିଶ୍ୱର ଆଧ୍ୟାତ୍ମିକ ପ୍ରାଣକେନ୍ଦ୍ର । କୋଟି କୋଟି ଓଡ଼ିଆଙ୍କ ଆସ୍ଥା, ବିଶ୍ୱାସ ଓ ସାଂସ୍କୃତିକ ପରିଚୟର ସର୍ବଶ୍ରେଷ୍ଠ ପ୍ରତୀକ ହେଉଛନ୍ତି ମହାପ୍ରଭୁ। ଶ୍ରୀକ୍ଷେତ୍ରର ଅନନ୍ୟ ଧାର୍ମିକ ମହତ୍ତ୍ୱକୁ ଉପେକ୍ଷା କରି ପଶ୍ଚିମବଙ୍ଗର ପୂର୍ବତନ ସରକାର ଦୀଘା ମନ୍ଦିରକୁ ‘ଜଗନ୍ନାଥ ଧାମ’ ନାମରେ ନାମିତ କରିଥିଲେ ।
Powered by Froala Editor