କୋଭିସିଲ୍ଡ ଓ କୋଭାକ୍ସିନ ଟିକାର ମିଶ୍ରଣ ଡୋଜ ଅଧିକ ଫଳପ୍ରଦ
ନୂଆଦିଲ୍ଲୀ: କରୋନାକୁ ମାତ ଦେବା ପାଇଁ ସରକାର ଟିକାକରଣ ଅଭିଯାନକୁ ଜୋରଦାର କରିଛନ୍ତି । ଏହାରି ଭିତରେ କରୋନା ଟିକାକୁ ନେଇ କରାଯାଇଥିବା ଷ୍ଟଡିରୁ ଆଇସିଏମଆର ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇଛି । କୋଭିସିଲ୍ଡ ଓ କୋଭାକ୍ସିନ ଟିକାର ମିଶ୍ରଣ ଡୋଜ ଅଧିକ ଫଳପ୍ରଦ ବୋଲି ଆଇସିଏମଆର ତଥ୍ୟରୁ ଜଣାଯାଇଛି । ଏହି ମିଶ୍ରଣ ଡୋଜ ସୁରକ୍ଷିତ ସହ ଅଧିକ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରାଇବାରେ ସହାୟକ ବୋଲି କୁହାଯାଇଛି ।
ଅନ୍ୟପକ୍ଷରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାର ପାଖାପାଖି ରହିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହ ପାଖାପାଖି ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯,୦୭୦ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪୯୧ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୯,୩୪,୪୫୫ ଓ ମୃତ୍ୟୁସଂଖ୍ୟା ୪,୨୭,୮୬୨ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୩,୯୧୦ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୧୦,୯୯,୭୭୧ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୬,୮୨୨।
Powered by Froala Editor