ପୁଣି ୩ ଜୀବନ ନେଲା କରୋନା

ଭୁବନେଶ୍ୱର:ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୦ଟି ଜିଲ୍ଲାରୁ ୨୨୬୭ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୩୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଯାଜପୁର, ଗଞ୍ଜାମ, ବଲାଙ୍ଗୀରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୫୫ ହଜାର ୩୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୨୨୪୪ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୪୧ ହଜାର ୧୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ସୁଦ୍ଧା ରାଜ୍ୟରେ ୯୪ ଲକ୍ଷ ୬୧ ହଜାର ୭୨୦ ସାମ୍ପୁଲ ଟେଷ୍ଟ୍ ହୋଇଛି।