ଓଡ଼ିଆ ନବବର୍ଷରେ ଶୁଭେଚ୍ଛା ଜଣାଇ ଉତ୍ତମ ସ୍ୱାସ୍ଥ୍ୟ କାମନା କଲେ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ

ମହାବିଷୁବ ପଣା ସଂକ୍ରାନ୍ତିକୁ ଓଡ଼ିଆ ନବବର୍ଷ ଭାବରେ ପାଳନ କରାଯାଏ । ଓଡିଆ ପରମ୍ପରାରେ ଏହି ଦିନକୁ ପ୍ରତି ଓଡ଼ିଆ ପାଳନ କରିଥାଏ । ଏକ ଛୋଟ ମାଠିଆରେ ପଣା ରଖି ତୁଳସୀ ଚଉରା ମୂଳରେ ବାନ୍ଧିଦିଆଯାଏ । ମାଠିଆରେ ଥିବା ଛୋଟ କଣାରୁ ଧିରେ ଧିରେ ପାଣି ଝରେ ଯାହା ବର୍ଷାକୁ ସୂଚାଇଥାଏ ଏହି ଠେକିକୁ ବସୁନ୍ଧରା ଠେକି କହାଯାଏ । ଛତୁଆ, ଦହି, ଗୁଡ଼, କଦଳୀ ଓ ନଡିଆକୁ ମିଶାଇ ତୁଳସୀ ଚଉରା ପାଖରେ ଭୋଗ ଲଗାଯାଏ । ତେବେ ଓଡିଆ ନବ ବର୍ଷରେ ସମସ୍ତ ଓଡିଆଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟ୍ୱିଟ କରି ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସେ ଟ୍ୱିଟ କରି ଓଡିଆ ନବବର୍ଷ ଓ ମହାବିଷୁବ ଓ ପଣା ସଂକ୍ରାନ୍ତି ଅବସରରେ ସଭିଁଙ୍କୁ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ନୂଆବର୍ଷରେ ସଭିଁଙ୍କ ମନସ୍କାମନା ପୂରଣ ହେବା ସହ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି। ସେହିପରି ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ କରି ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ଓଡିଆ ନବବର୍ଷ ମହାବିଷୁବ ଓ ପଣା ସଂକ୍ରାନ୍ତି ଅବସରରେ ସଭିଁଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା ଜଣାଇବା ସହ ପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣାରୁ ଏ କଠିନ ସମୟ ଶୀଘ୍ର ଦୂର ହେବା ପାଇଁ ପ୍ରାର୍ଥନା କରିଛନ୍ତି।