ଆଉ ୬୫ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ଵର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦୭୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୬୩୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୦ଜଣ, କଟକ ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୬ଜଣ, ଅନୁଗୁଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, କଳାହାଣ୍ଡି. ଯାଜପୁର, ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୦ ହଜାର ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦ ହଜାର ୬୮୨ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୭୨ ହଜାର ୭୧୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor