ରାଜ୍ୟରେ କରୋନା ନେଲା ଆଉ ୬୦ ଜଣଙ୍କ ଜୀବନ
ଭୁବନେଶ୍ଵର, : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୧୯୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୭୫୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ବରଗଡରୁ ସର୍ବାଧିକ ୧୩ ଜଣ, କଟକ ଜିଲ୍ଲାରୁ ୧୧ଜଣ, ବଲାଙ୍ଗୀରରୁ ୬ଜଣ, ଅନୁଗୁଳ, ଜଗତସିଂହପୁର ଓ ସମ୍ୱଲପୁରରୁ ୫ ଜଣ ଲେଖାଏଁ, ଦେବଗଡରୁ ୪ ଜଣ, ଢେଙ୍କାନାଳ ଓ ଯାଜପୁରରୁ ୩ ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱରରୁ ଓ ଝାରସୁଗୁଡାରୁ ୨ଜଣ ଲେଖାଏଁ, ଭଦ୍ରକରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୨ ହଜାର ୩୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦ ହଜାର ୮୦୯ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୭୪ ହଜାର ୭୫୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor