କରୋନା ନେଲା ଆଉ ୬୬ ଜୀବନ
ଭୁବନେଶ୍ଵର : ରାଜ୍ୟରେ କରୋନ ସଂକ୍ରମଣ ଉପ-ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୧୩୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୨୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
କଟକ ଜିଲ୍ଲାରୁ ସର୍ବାଧିକ ୧୫ଜଣ, ନୟାଗଡ଼ ଜିଲ୍ଲାରୁ ୧୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ ରହିଛନ୍ତି । ଅନୁଗୁଳ ଜିଲ୍ଲାରୁ ୫ଜଣ ଓ ନବରଙ୍ଗପୁର ଜିଲ୍ଲାରୁ ୪ଜଣ ରହିଛନ୍ତି । ସେହିପରି ଯାଜପୁର, ଖୋର୍ଦ୍ଧା ଓ ସମ୍ବଲପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର ଓ ପୁରୀ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । କୋରାପୁଟ , ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୩ ହଜାର ୫୦୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦ ହଜାର ୬୩୨ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୭୫ ହଜାର ୯୯୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor