ଯୁକ୍ତ ୨ କଳା ରେଜଲ୍ଟ ପ୍ରକାଶ, ୯୮.୫୮% ପାସ୍

ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ କଳା ଓ ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ। ଆଜି ଭୁବନେଶ୍ୱର ସ୍ଥିତ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) କାର୍ୟ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଉପସ୍ଥିତିରେ ଫଳାଫଳ ଘୋଷଣା କରାଯାଇଛି।
ଚଳିତ ବର୍ଷ କଳାରେ ରେଗୁଲାର ପାସ୍ ହାର ୯୮.୫୮% ରହିଛି। ମୋଟ ୧,୮୯,୩୬୩ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧,୮୬,୬୮୫ ଜଣ ପାସ୍ କରିଛନ୍ତି। ୩୦,୫୧୦ ଜଣ ପ୍ରଥମ ଶ୍ରେଣୀରେ ପାସ୍ କରିଥିବା ବେଳେ ୪୬,୧୦୧ ଜଣ ଦ୍ୱିତୀୟ ଶ୍ରେଣୀରେ ପାସ୍ କରିଛନ୍ତି। ୧୦,୦୭୪ ଜଣ ତୃତୀୟ ଶ୍ରେଣୀରେ ପାସ୍ କରିଛନ୍ତି। ୯୫ ଜଣ ଛାତ୍ରଛାତ୍ରୀ ୯୦% ଉପରେ ନମ୍ବର ରଖିଛନ୍ତି।
Powered by Froala Editor