ରାଜ୍ୟରେ ଆଉ ୬୪ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ଵର : ରାଜ୍ୟରେ କରୋନ ସଂକ୍ରମଣ ଉପ-ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୦୫୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୪ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୮୮୭ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, କଟକ ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୋନପୁର ଜିଲ୍ଲାରୁ ୪ ଜଣ, ପୁରୀ ଜିଲ୍ଲାରୁ ୨ ଜଣ ରହିଛନ୍ତି । ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, ଦେବଗଡ଼, ଢେଙ୍କାନାଳ, ଗଜପତି, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୪ ହଜାର ୫୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦ ହଜାର ୪୨୮ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୭୭ ହଜାର ୧୯୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor