ସ୍ୱାଧୀନତା ଦିବସ ଅବସରରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା
ଭୁବନେଶ୍ୱର: ୭୫ତମ ସ୍ୱାଧୀନତା ଦିିବସ ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟପାଳ ରାଜ୍ୟବାସୀଙ୍କୁ ଏ ଅବସରରେ ଶୁଭେଚ୍ଛା ଜଣାଇବା ସହ ଆମ ରାଜ୍ୟ ଓଡ଼ିଶା ଦେଶର ସର୍ବଶ୍ରେଷ୍ଠ ରାଜ୍ୟ ଭାବେ ପରିଣତ କରିବା ନେଇ ସଂକଳ୍ପ ନେବାକୁ ଆହ୍ୱାନ ଦେଇଛନ୍ତି ।
ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଟ୍ୱିଟ୍ ଯୋଗେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଦେଶର ଏକତା ଓ ଅଖଣ୍ଡତାକୁ ବଜାୟ ରଖି ଏକ ସମୃଦ୍ଧ ଭାରତ ଗଠନ ପାଇଁ ସଂକଳ୍ପବଦ୍ଧ ହେବାକୁ ଆହ୍ୱାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।
Powered by Froala Editor