ରାଜ୍ୟରେ ଆଉ ୮୬୮ ଜଣ ପଜିଟିଭ୍
ଭୁବନେଶ୍ୱର:ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ଆକ୍ରାନ୍ତ ବାହାରିଛନ୍ତି । ଅନ୍ୟପଟେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୦୭କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୬୧ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ୧୮ବର୍ଷରୁ କମ୍ ବୟସ୍କଙ୍କ ମଧ୍ୟରୁ ୧୦୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୫ ହଜାର ୪୩୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
୨୭ଟି ଜିଳ୍ଲାରୁ ୮୬୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୫୬ ଜଣ, କଟକରୁ ୧୫୪ ଜଣ, ବାଲେଶ୍ବରରୁ ୫୨ ଜଣ, ଯାଜପୁରରୁ ୪୫ ଜଣ, ସମ୍ବଲପୁରରୁ ୩୯ ଜଣ, ମୟୂରଭଞ୍ଜର ୨୮ ଜଣ, ଅନୁଗୁଳ ଓ କେନ୍ଦ୍ରାପଡ଼ା ଜିଳ୍ଲାରୁ ୨୬ ଜଣ ଲେଖାଏଁ,ନୟାଗଡ଼ ଓ ପୁରୀରୁ ୨୧ ଜଣ ଲେଖାଏଁ, ଜଗତସିଂହପୁରରୁ ୨୩ ଜଣ, ଭଦ୍ରକରୁ ୧୯ ଜଣ,ଢ଼େଙ୍କାନାଳରୁ ୧୫ ଜଣ, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୩ ଜଣ ଲେଖାଏଁ, କନ୍ଧମାଳରୁ ୧୨ ଜଣ, କେନ୍ଦୁଝରରୁ ୧୦ ଜଣ, ବଲାଙ୍ଗୀରୁ ୮ ଜଣ, ଦେବଗଡ଼,ଝାରସୁଗୁଡ଼ା, ମାଲକାନଗିରି ଓ ନୂଆପଡ଼ା ଜିଲ୍ଲାରୁ ୬ ଜଣ ଲେଖାଏଁ, ଗଞ୍ଜାମରୁ ୩ ଜଣ,କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ ଓ ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୫ ହଜାର ୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦ ହଜାର ୧୮୭ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୭୮ ହଜାର୨୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor