ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ଵର : ରାଜ୍ୟରେ ଆଉ ୬୬ ଜଣଙ୍କ ଜୀବନ ନେଲା କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ସମ୍ବଲପୁର ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୮ଜଣ, ଅନୁଗୁଳ ଜିଲ୍ଲାରୁ ୭ଜଣ । ବାଲେଶ୍ୱର ଓ ଢେଙ୍କାନାଳ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଭଦ୍ରକ, ଜଗତସିଂହପୁର, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ ଲେଖାଁଏ ରହିଛନ୍ତି । ଗଞ୍ଜାମ, କଳାହାଣ୍ଡି, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, ଦେଓଗଡ଼, ଯାଜପୁର, ଝାରସୁଗୁଡ଼ା, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୫୩ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୫ ହଜାର ୪୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୧୦ ହଜାର ୧୮୭ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୭୮ ହଜାର୨୪୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor