କରୋନା ନେଲା ୨ ମୁଣ୍ଡ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩୦ଟି ଜିଲ୍ଲାରୁ ୨୯୮୯ ଜଣ ନୂଆ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୩୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । କଳାହାଣ୍ଡି ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩ ଲକ୍ଷ ୫୮ ହଜାର ୩୪୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯୨୫୯ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଲକ୍ଷ ୪୧ ହଜାର ୭୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୧୯୩୫ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି।