୧୮ରୁ କମ ବୟସ ପିଲାଙ୍କୁ କରୋନା, ୯୬ ଆକ୍ରାନ୍ତ
ଭୁବନେଶ୍ୱର : ରାଜ୍ୟରେ ଏବେ ୧୮ରୁ କମ ବୟସର ପିଲାମାନେ କରୋନା ସଂକ୍ରମିତ ହେବାରେ ଲାଗିଛନ୍ତି । ଗତକାଲି ଶତାଧିକ କରୋନା ସଂକ୍ରମିତ ହୋଇଥିବାବେଳେ ପୁଣି ୯୬ ଆକ୍ରାନ୍ତ ହୋଇଥିବା ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ୭୨୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୪୨୧ ଜଣ କ୍ୱାରେଂଟାଇନରେ ଥିବାବେଳେ ୨୯୯ ଜଣ ସ୍ଥାନୀୟ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ରୁ କମ ବୟସର ୯୬ ଜଣ ରହିଛନ୍ତି ।
ଗତ ୨୪ ଘଂଟା ମଧ୍ୟରେ ଅନୁଗୁଳରୁ ୧୫, ବାଲେଶ୍ୱରରୁ ୧୯, ବରଗଡ଼ରୁ ୨, ଭଦ୍ରକରୁ ୨୨, ବଲାଙ୍ଗୀରରୁ ୪, ବୌଦ୍ଧରୁ ୧, କଟକରୁ ୯୧, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୫, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩୩, ଯାଜପୁରରୁ ୨୮, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୫, କନ୍ଧମାଳରୁ ୯, କେନ୍ଦ୍ରାପଡ଼ାରୁ ୧୨, କେନ୍ଦୁଝରରୁ ୧୧, ଖୋର୍ଦ୍ଧାରୁ ୨୭୯, କୋରାପୁଟରୁ ୩, ମାଲକାନାଗିରିରୁ ୪, ମୟୂରଭଞ୍ଜରୁ ୨୯, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧୮, ନୂଆପଡ଼ାରୁ ୨, ପୁରୀରୁ ୧୬, ରାୟଗଡ଼ାରୁ ୮, ସମ୍ବଲପୁରରୁ ୬, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୧ ଓ ରାଜ୍ୟ ପୁଲରୁ ୬୦ ଜଣ ସଂକ୍ରମିତ ହୋଇଛନ୍ତି ।
Powered by Froala Editor