ରାଜ୍ୟରେ ଆଉ ୬୫ ଜଣଙ୍କ ଜୀବନ ନେଲା କରୋନା
ଭୁବନେଶ୍ଵର : ରାଜ୍ୟରେ କରୋନ ସଂକ୍ରମଣ ତଳମୁହାଁ ହୋଇଥିବା ବେଳେ ମୃତ୍ୟୁ ସଂଖ୍ୟା ଲାଗୁନି ବ୍ରେକ୍। ଗତ ୨୪ ଘଣ୍ଟା ମଧ୍ୟରେ ୯୯୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୦୮୬ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୧୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ଜଣ, ଅନୁଗୁଳ ଓ ବାଲେଶ୍ୱର ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ ରହିଛନ୍ତି । ଗଞ୍ଜାମ, କେନ୍ଦୁଝର, ଖୋର୍ଦ୍ଧା , କୋରାପୁଟ , ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୯ ଲକ୍ଷ ୯୭ ହଜାର ୧୪୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୯ ହଜାର ୫୩୬ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୮୦ ହଜାର୪୭୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor