ଲଘୁଚାପ: ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ବର୍ଷା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ସଲଗ୍ନ ଅଞ୍ଚଳରେ ସକ୍ରିୟ ରହିଛି । ଆଗାମୀ ୪୮ ଘଣ୍ଟାରେ ଏହା ପଶ୍ଚିମ ଓ ଉତ୍ତର- ପଶ୍ଚିମ ଦିଗରେ ଗତି କରିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଏହାର ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଆକଳନ କରାଯାଇଛି । ଆଗାମୀ ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।
ନୂଆପଡା, ବଲାଙ୍ଗିର, ସୋନପୁର, ବରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ ଓ ଦେବଗଡ ଆଦି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Powered by Froala Editor