ଆଜି ମୁଖ୍ୟମନ୍ତ୍ରୀଙ୍କ ମାଟ୍ରିକ ଘୋଷଣା

ଭୁବନେଶ୍ୱର:ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି । ବଢୁଛି କରୋନାର କାୟା । ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ ଗୋଟିଏ ଜିଲ୍ଲାରେ ପ୍ରବେଶ କରିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । କରୋନାର ଉଗ୍ରରୂପ ଦେଖି ସିବିଏସସି ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରାଯାଇଥିବାବେଳେ ଓଡ଼ିଶାରେ ମାଟ୍ରିକ ପରୀକ୍ଷା ହେବ କି ନାହିଁ ତାକୁ ନେଇ ସମସ୍ତେ ସନ୍ଦୀହାନ ଅବସ୍ଥାରେ ରହିଛନ୍ତି । ଏହାରି ଭିତରେ ଏକ ବଡ଼ ଖବର ଆସିଛି । ତାହା ହେଲା ଆଜି ଅପରାହ୍ନରେ ମାଟ୍ରିକ ପରୀକ୍ଷା ନେଇ ଏକ ବଡ଼ ଘୋଷଣା ହୋଇପାରେ । ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଘୋଷଣା କରିବାର କାର୍ଯ୍ୟକ୍ରମ ରହିଛି । କରୋନାର ପ୍ରକୋପ ଭିତରେ ମାଟ୍ରିକ ପରୀକ୍ଷା ହେବ କି ନାହିଁ ସେ ବିଷୟରେ ମୁଖ୍ୟମନ୍ତ୍ରୀ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିବେ । ଏନେଇ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।
ପ୍ରକାଶଯେ, ବୁଧବାର ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାକୁ ବାତିଲ କରିଦିଆଯାଇଥିଲା । ବାତିଲ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆ ସୂଚନା ଦେଇଥିଲେ । ଟ୍ୱିଟ ଯୋଗେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଏହି ସୂଚନା ଦେଇ କହିଥିଲେ । ଯେ, ବୋର୍ଡ ଦ୍ୱାରା ନିର୍ଦ୍ଧାରିତ ପଦ୍ଧତି ଜରିଆରେ ରେଜଲ୍ଟ ପ୍ରକାଶ ପାଇବ । ଯେଉଁମାନେ ରେଜଲ୍ଟରେ ସନ୍ତୁଷ୍ଟ ନହେବେ ପୁଣି ସେମାନେ ପରୀକ୍ଷା ଦେଇପାରିବେ । ପରିସ୍ଥିତି ସ୍ୱାଭାବିକ ହେଲା ପରେ ଛାତ୍ରଛାତ୍ରୀ ପରୀକ୍ଷା ଦେଇପାରିବେ । ଜୁନ ୧ ତାରିଖ ପରେ ପରିସ୍ଥିତି ସମୀକ୍ଷା ହେବ । ପରୀକ୍ଷାର ୧୫ ଦିନ ପୂର୍ବରୁ କୁହାଯିବ । କରୋନା ଯୋଗୁଁ ସ୍କୁଏ ବନ୍ଦ ରହିଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିବା ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା ।
ତେବେ ଦ୍ୱାଦଶ ବୋର୍ଡ ପରୀକ୍ଷା ଘୁଞ୍ଚାଇ ଦିଆଯିବାକୁ ନିଷ୍ପତ୍ତି ହୋଇଛି । ମେ ୪ରୁ ଜୁନ ୧୪ ମଧ୍ୟରେ ହେବାକୁ ଥିବା ଦ୍ୱାଦଶ ପରୀକ୍ଷା ପରେ ହେବ । କରୋନ ଯୋଗୁଁ ସ୍କୁଲ ବନ୍ଦ ରହିଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଥିବା କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆ ଆଜି ଟ୍ୱିଟ ଯୋଗେ ସୂଚନା ଦେଇଥିଲେ ।