ସେପ୍ଟେମ୍ବର ୧ରେ ଖୋଲିବ ଲିଙ୍ଗରାଜ ମନ୍ଦିର
ଶ୍ରୀ ଲିଙ୍ଗରାଜ ମନ୍ଦିର ସେପ୍ଟେମ୍ବର ପହିଲାରୁ ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଶ୍ରୀଲିଙ୍ଗରାଜ ଟ୍ରଷ୍ଟ ବୋର୍ଡ ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି । ବିଏମସିର କୋଭିଡ ଗାଇଡଲାଇନ୍ ଅନୁସାରେ ଲିଙ୍ଗରାଜ ମନ୍ଦିର ଖୋଲିବାକୁ ନିଷ୍ପତ୍ତ ନିଆଯାଇଛି । ବୈଠକରେ ମହାପ୍ରଭୁଙ୍କର ରୂପାର ପ୍ରଭା, ନୂଆ ବିମାନ ଓ ନୂଆ ପାଲିଙ୍କି ତିଆରି କରିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ଶ୍ରୀ ଚନ୍ଦ୍ରଶେଖର, ମା ଭୁବନେଶ୍ବରୀ, ମା ପାର୍ବତୀଙ୍କ ପାଇଁ ତିନି ଗୋଟି ରୂପାର ପ୍ରଭା ତିଆରି କରାଯିବ। ଏହି ରୂପା ପ୍ରଭା ନିମନ୍ତେ ଆବଶ୍ୟକ ରୂପା ଓ ଆବଶ୍ୟକ ସମସ୍ତ ନିର୍ମାଣ ଖର୍ଚ୍ଚ ଭୁବନେଶ୍ବରର ଶିବପ୍ରସାଦ ପଣ୍ଡା ଦେଇଥିବା ପ୍ରସ୍ତାବକୁ ଟ୍ରଷ୍ଟ ବୋର୍ଡ ଗ୍ରହଣ କରିଛନ୍ତି।
ସେହିପରି ମହାପ୍ରଭୁଙ୍କର ଶତାଧିକ ବର୍ଷର ପୁରୁଣା ବିମାନ ଓ ପାଲିଙ୍କି ନୂଆ ତିଆରି କରିବା ପାଇଁ ଟ୍ରଷ୍ଟ ବୋର୍ଡ ନିଷ୍ପତ୍ତି ନେଇଛି । ଏହି ପାଲିଙ୍କି ଓ ବିମାନ ନିର୍ମାଣ କରିବାର ସମସ୍ତ ଖର୍ଚ୍ଚ ବହନ କରିବା ପାଇଁ ସୋଆ ବିଶ୍ବ ବିଦ୍ୟାଳୟ ଦେଇଥିବା ପ୍ରସ୍ତାବକୁ ଟ୍ରଷ୍ଟ ବୋର୍ଡ ଗ୍ରହଣ କରିଛି ।
Powered by Froala Editor