ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ, ଜଣେ ଆତଙ୍କବାଦୀ ନିହତ

ଜମ୍ମୁ : ଜମ୍ମୁ-କାଶ୍ମୀରର ଅବନ୍ତୀପୋରାର ପାମ୍ପୋରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି ବୋଲି ଶୁକ୍ରବାର ଖବର ମିଳିଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଛି। ଏଯାଏଁ ନିହତ ହୋଇଥିବା ଆତବଙ୍କବାଦୀର ପରିଚୟ ମିଳିନଥିବା ବେଳେ ବର୍ତ୍ତମାନ ମଧ୍ୟ ଉକ୍ତ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି।
Powered by Froala Editor