Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ...

  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ ...

  • ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ...

  • ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ...

  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ...

  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ...

  • ୫୨୬ କିଲୋଗ୍ରାମ ହେରୋଇନ ଓ ...

  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ...

  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ ...

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

ରାଜ୍ୟ
Home ›› ରାଜ୍ୟ ››ମାଲକାନଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

2021-08-20 09:54:54
15176
Share:
Facebook
Twitter
E-Mail
WhatsApp
Telegram
ମାଲକାନଗିରିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର  : ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ ।  ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବି ବାଧକ ନ ହେଉ। ଆଜି ମାଲକାନଗିରି ରେ smart health card ବଣ୍ଟନ ଆରମ୍ଭ କରି ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।  ବଣ୍ଡା ଜନଜାତି ମହିଳା ଶୁକ୍ରୀ ଧାଙ୍ଗଡା ମାଝୀଙ୍କୁ  ଵିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ର ପ୍ରଥମ ସ୍ମାର୍ଟ ହେଲ୍‌ଥ କାର୍ଡ ପ୍ରଦାନ କରି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ମାଲକାନଗିରି ରୁ ସ୍ବାସ୍ଥ୍ୟ ସେବାର ଏହି ଐତିହାସିକ ଯାତ୍ରା ଆରମ୍ଭ କରିଛନ୍ତି ।
 
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ସେ ଚାଷୀ ହେଉ ବା ମୂଲିଆ, ଛୋଟ ଦୋକାନୀ ହେଉ, ବା ରିକ୍ସା ବାଲା, ଟ୍ରଲି ବାଲା କିମ୍ବା ଦୂର ଦୂରାନ୍ତରେ ରହୁଥିବା ଜନଜାତି ଭାଇ ଭଉଣୀ, ବା ସାଧାରଣ ଲୋକ, ସେ ଗାଁ ରେ ରହୁ ବା ସହରରେ, ସମସ୍ତଙ୍କ ଜୀବନ ମୋ ପାଇଁ ମୂଲ୍ୟବାନ । ମୁଁ ଚାହେଁ ସମସ୍ତେ ସୁସ୍ଥ ରୁହନ୍ତୁ । ଚିକିତ୍ସା ପାଇଁ ଟଙ୍କା କେବେ ବାଧକ ନ ହେଉ। ସମସ୍ତେ ସୁସ୍ଥ ରହି ନିଜ ପରିବାରର ଉନ୍ନତି ପାଇଁ କାମ କରନ୍ତୁ । ପ୍ରତି ପରିବାରର ଉନ୍ନତି ରେ ହିଁ ରାଜ୍ୟର ଉନ୍ନତି ବୋଲି ସେ କହିଥିଲେ।
 
ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ୧୦ ଲକ୍ଷ ଟଙ୍କାକୁ କିପରି ବୃଦ୍ଧି ହେଲା ସେ ସଂପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ  “୨୦୧୮ ମସିହାରେ ମାଲକାନଗିରି ପାଇଁ ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମ ଚାଲିଥିଲା । ମୁଁ ଲୋକସେବା ଭବନରୁ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲି । ସେ ସଭାରେ ଝିଅଟିଏ   ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମା ମାନଙ୍କ ପାଇଁ ଚିକିତ୍ସା ଖର୍ଚ୍ଚ ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଲା । ଝିଅ ଟିର ସାହସ ଓ ବୁଦ୍ଧିକୁ ସମସ୍ତେ ସେ ଦିନ ତାରିଫ କରିଥିଲେ । ଝିଅଟି ଥିଲା ଆମ ମାଲକାନଗିରିର ମମତା ପଡିଆମୀ । ତାଙ୍କ proposalଟି ମୋତେ ବହୁତ ଭଲ ଲାଗି ଥିଲା ଏବଂ ମୁଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମହିଳା ମାନଙ୍କ ଚିକିତ୍ସା ସୁବିଧା ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଥିଲି ।”
 
ମୁଖ୍ୟମନ୍ତ୍ରୀ ପୁଣି କହିଲେ ଯେ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ଆମେ ନୂଆ ରୂପରେ କାର୍ଯ୍ୟକାରୀ କରିବାକୁ ଯାଉଛୁ । ଏହି କାର୍ଯ୍ୟକ୍ରମ ମୁଁ ମାଲକାନଗିରିରୁ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଲି। ଆଗାମୀ ସେପ୍ଟେମ୍ବର ପହିଲାରୁ ଏହା ଲାଗୁ ହେବ । ରାଜ୍ୟର ୯୬ ଲକ୍ଷ ପରିବାରକୁ ଏହି କାର୍ଡ ଦିଆଯିବ ବୋଲି ପ୍ରକାଶ କରି ସେ କହିଲେ ଯେ ରାଜ୍ୟର   ସାଢେ ତିନି କୋଟି ଲୋକ ଉପକାର ପାଇବେ। ଏହି ନୂଆ ବ୍ୟବସ୍ଥାରେ ଆପଣଙ୍କୁ ହସ୍‌ପିଟାଲରେ କିଛି document ଦେବା ଦରକାର ହେବ ନାହିଁ ବୋଲି ସେ କହିଥିଲେ। କେବଳ ଏହି Smart Health Card ସାଥିରେ ନେଇ ହସପିଟାଲ ଯିବାକୁ ହେବ। ଦେଶର ୨୦୦ରୁ ଅଧିକ ବଡ ବଡ ହସ୍‌ପିଟାଲରେ ଏହି କାର୍ଡ ଜରିଆରେ ହିତାଧିକାରୀମାନେ  ଚିକିତ୍ସା ସୁବିଧା ପାଇପାରିବେ ।
 
ଏହି କାର୍ଡରେ ପରିବାର ପାଇଁ ୫ ଲକ୍ଷ ଟଙ୍କା ଓ ମା ମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ମିଳିବ । ଏଭଳି ସୁବିଧା ଦେବା ରେ ସାରା ଦେଶରେ ଓଡିଶା ପ୍ରଥମ ।ଆପଣଙ୍କ ରାଜ୍ୟ ସରକାର ପ୍ରଥମ । ଦେଶର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏହା ଏକ ଐତିହାସିକ ପଦକ୍ଷେପ ବୋଲି ସେ କହିଥିଲେ।      
 
ସ୍ବାସ୍ଥ୍ୟ ସହିତ ଅର୍ଥନୀତିର ନିବିଡ ସଂପର୍କ ବିଷୟରେ   ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ବାସ୍ଥ୍ୟ ଆମ ସମସ୍ତଙ୍କ ପାଇଁ  ଗୁରୁତ୍ବପୂର୍ଣ୍ଣ ।  ସ୍ବାସ୍ଥ୍ୟ ହିଁ ସମ୍ପଦ ବୋଲି କୁହାଯାଏ । ତେଣୁ ପରିବାରରେ କେହି ଅସୁସ୍ଥ ହୋଇପଡିଲେ, ଆମର ଚିନ୍ତା ବଢିଯାଇଥାଏ । ସବଠୁ ବଡ ଚିନ୍ତା ଥାଏ ଚିକିତ୍ସା ପାଇଁ ଆବଶ୍ୟକ ଟଙ୍କା । ଏଥିପାଇଁ କିଏ ଜମି ବିକିଥାଏ, କିଏ ସୁନା ବିକିଥାଏ, କିଏ ଋଣ କରିଥାଏ। କେହି କେହି ଚିକିତ୍ସା ଖର୍ଚ୍ଚ ପାଇଁ ପିଲାମାନଙ୍କ ପାଠପଢା ମଧ୍ୟ ବନ୍ଦ କରିଦେଇଥାନ୍ତି । କେହି କେହି ମଧ୍ୟ ଧାର କରଜ କରିଥାନ୍ତି ।
 
 “ ଏ ଖବର ମୁଁ ଯେତେବେଳେ ଶୁଣେ, ମୋତେ ବହୁତ ଦୁଃଖ ଲାଗେ। ଆମର ଏହି Smart Health Card  ଆପଣଙ୍କର ଏ ଦୁଃଖ ଲାଘବ କରିବ।  ଚିକିତ୍ସା ବୋଝ କମ୍‌ କରିବାରେ ସାହାଯ୍ୟ କରିବ । ଆପଣଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ଖର୍ଚ୍ଚ କରୁଛନ୍ତି। ତେଣୁ ଏ ବାବଦ ଟଙ୍କାକୁ ଆପଣ ସଞ୍ଚୟ କରିପାରିବେ।  ନିଜ ପିଲାଙ୍କ ପାଠପଢା ପାଇଁ, ପରିବାରର ଉନ୍ନତି ପାଇଁ ଖର୍ଚ୍ଚ କରିପାରିବେ ।”
 
ରାଜ୍ୟର ସବୁ ସରକାରୀ ହସ୍‌ପିଟାଲ ଗୁଡିକରେ ସମସ୍ତ ସ୍ବାସ୍ଥ୍ୟ ସେବା ମାଗଣାରେ ପ୍ରଦାନ କରାଯାଉଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନା ରେ  ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର ଠାରୁ ଆରମ୍ଭ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପର୍ଯ୍ୟନ୍ତ ସବୁ ସରକାରୀ ହସ୍‌ପିଟାଲରେ  ଓଡିଶାବାସୀଙ୍କର ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି।  ଆମର ସରକାରୀ ହସ୍‌ପିଟାଲରେ ଡ଼ାଇଲିସିସ୍‌ ଠାରୁ ଆରମ୍ଭ କରି କେମୋ ଥେରାପ, ସିଟି ସ୍କାନ,  MRI,  ବିଭିନ୍ନ ପାଥୋଲୋଜୀ ଟେଷ୍ଟ ସୁବିଧା ମିଳୁଛି। ମୁଁ ବହୁତ ଖୁସି ଯେ ଆମର ଲକ୍ଷ ଲକ୍ଷ ରୋଗୀ ସରକାରୀ ହସ୍‌ପିଟାଲରେ ଏ ସୁବିଧା ନେଉଛନ୍ତି ।  
 
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନବ ଦାସ ଓଡ଼ିଶାରେ ସ୍ବାସ୍ଥ୍ୟ ସେବା ବିକାଶ ଉପରେ ଆଲୋକପାତ କରିଥିଲେ । ସେ କହିଥିଲେ ଯେ ପ୍ରାକୃତିକ ବିପର୍ଯ୍ୟୟ ଠାରୁ ଆରମ୍ଭ କରି ସ୍ବାସ୍ଥ୍ୟ ସେବା ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ଆମ  ମୁଖ୍ୟମନ୍ତ୍ରୀ ସାରା ଦେଶରେ ଆଦର୍ଶ ହୋଇଛନ୍ତି । ଏମ୍ ପି ଶ୍ରୀ ରମେଶ ମାଝି ସ୍ଵାଗତ ଭାଷଣ 
ଦେଇ ଥିଲେ । କ୍ରୀଡା ମନ୍ତ୍ରୀ  ଶ୍ରୀ ତୁଷାର କାନ୍ତି ବେହେରା ଧନ୍ୟବାଦ ଜଣାଇଥିଲେ ।
 
ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ବାସ୍ଥ୍ୟ ସଚେତନତା ରଥର ଶୁଭାରମ୍ଭ କରିଥିଲେ । ଏହି smart card ରେ 64kbର ଚିପ୍ସ ରହିଛି ।ଏଥିରେ ହିତାଧିକାରୀଙ୍କ ସମସ୍ତ ତଥ୍ୟ ରହିଛି । ହିତାଧିକାରୀ ଚାହିଁଲେ  ମୋ ସେବା କେନ୍ଦ୍ର କୁ ଯାଇ ନୂଆ ତଥ୍ୟ ଯୋଗ କରି ପାରିବେ । 

Powered by Froala Editor

Tags Smart card

Related articles Odisha News Lens 4.1

  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ
    ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15044
    Sep 30, 2026
  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ
    ଦେଶ-ଦେଶାନ୍ତର

    ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15137
    Sep 30, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ
    ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14950
    Oct 01, 2026
  • ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ
    ଦେଶ-ଦେଶାନ୍ତର

    ଟମାଟୋ, କାଜୁ, ଗୁଡ଼ ସବୁ ଫିମ୍ପି : ସେଭେନ ସିଜ ହସ୍ପିଟାଲିଟିର ଲାଇସେନ୍ସ ସସପେଣ୍ଡ

    15650
    Oct 01, 2026
  • ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’
    ଜିଲ୍ଲା ପରିକ୍ରମା

    ଅଭାବ ନା ମାନସିକ ବିକୃତ: ୭ ବର୍ଷ ପୁଅକୁ କାମୁଡ଼ି କ୍ଷତାକ୍ତ କରୁଛି ମା’

    14850
    Sep 30, 2026
  • ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ
    ଦେଶ-ଦେଶାନ୍ତର

    ଭୀଷଣ ଗୁଳିବିନିମୟ, ଏନକାଉଣ୍ଟରରେ ଲସ୍କର ଆତଙ୍କୀ ହାଶିମ ମୂସା ନିହତ

    15094
    Sep 30, 2026
  •  ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...
    ଦେଶ-ଦେଶାନ୍ତର

    ନିଜ ଜୀବନକୁ ବାଜି ଲଗାଇ ୧୮୦ ଯାତ୍ରୀଙ୍କୁ ବଞ୍ଚାଇଲେ ସ୍ମିତ, ଚାରିଆଡୁ ଛୁଟୁଛି ...

    15423
    Oct 01, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ...

    14861
    Oct 01, 2026
  • ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି
    ଦେଶ-ଦେଶାନ୍ତର

    ରବି ଫସଲର MSP ବଢିଲା, କୁସୁମ ପାଇଁ ସର୍ବାଧିକ ବୃଦ୍ଧି

    15199
    Oct 01, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    14861
    Oct 01, 2026
  • ଦେଶ-ଦେଶାନ୍ତର

    କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15044
    Sep 30, 2026
  • ଦେଶ-ଦେଶାନ୍ତର

    ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14950
    Oct 01, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17142
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17831
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17795
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18211
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15236
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14020
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15759
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15326
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14700
    Sep 18, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

ସ୍ଥାପିତ ୬ଟି ଡିଜିଟାଲ ଶ୍ରେଣୀଗୃହରେ ୫୬୦ରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହୋଇଛନ୍ତି

ଭୁବନେଶ୍ୱର: ଶିକ୍ଷା ସେତେବେଳେ ଅଧିକ ଅର୍ଥପୂର୍ଣ୍ଣ ହୋଇଯାଏ ଯେତେବେଳେ ଛାତ୍ରମାନେ ସଠିକ୍ ଉପକରଣ ଏବଂ ସମ୍ବଳ ପାଇଥ ...

  • ଭାରତରେ ‘Apple Pay’ ପ୍ରବେଶ

    14672
    Sep 30, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14388
    Sep 28, 2026
  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14341
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15956
    Sep 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫୨୬ କିଲୋଗ୍ରାମ ହେରୋଇନ ଓ ମେଥାମ୍ଫେଟାମାଇନ୍‌ ଜବତ, ୫ ପାକିସ୍ତାନୀ ଗିରଫ

    15137
    Sep 30, 2026
  • କଳହ ପରେ ଆଖିବୁଜା ଫାୟାରିଂ, ୪ ଯବାନ ମୃତ

    15044
    Sep 30, 2026
  • ପୁଣି ବଢିଲା ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ

    14950
    Oct 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In