ସେପ୍ଟେମ୍ବର ୫ ପୂର୍ବରୁ ସବୁ ଶିକ୍ଷକଙ୍କୁ ଟିକା

ନୂଆଦିଲ୍ଲୀ: କରୋନାକୁ ମାତ ଦେବା ପାଇଁ ସରକାର ଟିକାକରଣ ଅଭିଯାନକୁ ଜୋରଦାର କରାଯାଇଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ସେପ୍ଟେମ୍ବର ୫ ଗୁରୁ ଦିବସ ପୂର୍ବରୁ ସବୁ ଶିକ୍ଷକଙ୍କୁ ଟିକା ଦିଆଯିବ । ଶିକ୍ଷକଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦେବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁରୋଧ କରାଯାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ସବୁ ରାଜ୍ୟମାନଙ୍କୁ ଅନୁରୋଧ କରିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଏନେଇ ଟୁଇଟ ଯୋଗେ ସୂଚନା ଦେଇଛନ୍ତି ।
ସେ କହିଛନ୍ତି ଯେ, ସବୁ ରାଜ୍ୟକୁ ଅତିରିକ୍ତ ୨ କୋଟି ଟିକା ଯୋଗାଇ ଦିଆଯାଉଛି । ୨କୋଟି ଟିକା ଦିଆଯାଉଥିବାବେଳେ ଶିକ୍ଷକଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦିଆଯାଉ । ସବୁ ସ୍କୁଲ ଶିକ୍ଷକମାନଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦେବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି ।
Powered by Froala Editor