ଓଡ଼ିଶାରେ ଆଜିଠୁ ପ୍ରବଳ ବର୍ଷା
ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଶନିବାରରେ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ମରୁଡ଼ି ମୁହାଁ ଓଡ଼ିଶା ପାଇଁ ଲଘୁଚାପ ବର୍ଷା ଆଶା ସଞ୍ଚାର କରିଛି । ପାଣିପାଗ ବିଭାଗ ପୂର୍ବାନମାନ ହେଲା ଶୁକ୍ରବାର ରାତିରୁ ଅନେକ ଜାଗାରେ ବର୍ଷା ଆରମ୍ଭ ହୋଇଯିବ । ଶନିବାର ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜାଗାରେ ବର୍ଷା ହେବ । ଉତ୍ତର ଓଡ଼ିଶାର ଅନେକ ଜାଗାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ହୋଇପାରେ । ଏହା ବାଦ ଭଦ୍ରକ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେ଼ଙ୍କାନାଳ, ବୌଦ୍ଧ ଓ ଅନୁଗୁଳ ଜିଲ୍ଲାର ଗୋଟିଏ ଦୁଇଟି ଜାଗାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇପାରେ । ରବିବାର ମଧ୍ୟ ବର୍ଷା ଲାଗି ରହିବ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ମାତ୍ର ସୋମବାରଠାରୁ ବର୍ଷାର ପରିମାଣ କ୍ରମଶଃ କମିବ ।
Powered by Froala Editor