ନୀଳଗିରି ବିଧାୟକ ଅସୁସ୍ଥ
ନୀଳଗିରି: ବାଲେଶ୍ଵର ଜିଲାର ନୀଳଗିରି ବିଧାୟକ ସୁକାନ୍ତ ନାୟକ ଅସୁସ୍ଥ ହୋଇ ପଡିଛନ୍ତି। ନିଜ ଗାଁ ପୁନ୍ଦାଳରେ ଥିବାବେଳେ ରବିବାର ସକାଳେ ସେ ପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ପ୍ରଥମେ ନୀଳଗିରି ଓ ପରେ ବାଲେଶ୍ବର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ସମ୍ପ୍ରତି ସେ ଆଇସିୟୁରେ ଭର୍ତ୍ତି ହୋଇ ଚିକିତ୍ସାଧୀନ ଅଛନ୍ତି। ବିଧାୟକ ଅସୁସ୍ଥ ଖବର ପାଇ ବାଲେଶ୍ବର ସାଂସଦ ପ୍ରତାପ ଷଡଙ୍ଗୀ, ପୂର୍ବତନ ବିଧାୟକ ଚିତ୍ତରଞ୍ଜନ ଷଡଙ୍ଗୀ, ଅକ୍ଷୟ ଆଚାର୍ଯ୍ୟ, ବିଜେଡ଼ି ବିଧାୟକ ପ୍ରାର୍ଥୀ ସନ୍ତୋଷ ଖଟୁଆଙ୍କ ସମେତ ବିଭିନ୍ନ ମହଲରୁ ତାଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଛି।
Powered by Froala Editor