ଦେଶରେ ଦିନକରେ ୪୨,୯୦୯ ନୂଆ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨,୯୦୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରେ କେରଳରେ କେବଳ ୨୯ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିସହିତ ଦେଶରେ ଦିନକରେ ୩୪,୭୬୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି। ଦୈନିକ ସଂକ୍ରମଣ ହାର ୩.୦୨% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୪୧% ରହିଥିବାବେଳେ ଆରୋଗ୍ୟ ହାର ୯୭.୫୧% ରହିଛି। ରବିବାର ସଂଧ୍ୟା ସୁଦ୍ଧା ଦେଶରେ ମୋଟ ୫୨.୦୧ କୋଟି ନମୁନା ପରୀକ୍ଷା କରାଯାଇସାରିଥିବାବେଳେ ୬୩.୪୩ କୋଟି ପାନ ଟିକା ଦିଆଯାଇସାରିଛି।
Powered by Froala Editor