୨୪ ଘଣ୍ଟାରେ ରାଜ୍ୟରେ ୯୭ ପିଲା ପଜିଟିଭ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କମୁଛି ଦୈନିକ ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୦୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହ ଗତ କିଛି ଦିନ ଧରି ଛୁଆଙ୍କ ସଂକ୍ରମଣ ଶହେ ଉପରେ ରହୁଥିବା ବେଳେ ସେଥିରେ ସାମାନ୍ୟ ବ୍ରେକ୍ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୯୭ ପିଲା ପଜିଟିଭ ଚିହ୍ନଟ ହୋଇଛନ୍ତି, ଯେଉଁମାନଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ। ଏହାବାଦ ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୭,୯୦୧ ରେ ପହଞ୍ଚିଛି।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୩୫୪ ପଜିଟିଭ ବାହାରିଥିବା ବେଳେ ଲୋକାଲ କଣ୍ଟାକ୍ଟ କେସ୍ ହେଉଛି ୨୫୫ । ଖୋର୍ଦ୍ଧାରୁ ସର୍ବାଧିକ ୨୦୯ ପଜିଟିଭ ଚିହ୍ନଟ ହୋଇଛନ୍ତି।
Powered by Froala Editor