Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, March 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

ରାଜ୍ୟ
Home ›› ରାଜ୍ୟ ››ସମ୍ଭାବ୍ୟ ମରୁଡି ପରିସ୍ଥିତି ସମୀକ୍ଷା , ଜରୁରୀକାଳୀନ ଫସଲ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ସମ୍ଭାବ୍ୟ ମରୁଡି ପରିସ୍ଥିତି ସମୀକ୍ଷା , ଜରୁରୀକାଳୀନ ଫସଲ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

2021-09-01 00:58:03
15447
Share:
Facebook
Twitter
E-Mail
WhatsApp
Telegram
ସମ୍ଭାବ୍ୟ ମରୁଡି ପରିସ୍ଥିତି ସମୀକ୍ଷା , ଜରୁରୀକାଳୀନ ଫସଲ ଯୋଜନା ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟରେ ସମ୍ଭାବ୍ୟ ମରୁଡି ପରିସ୍ଥିତି ସଂପର୍କରେ ସମୀକ୍ଷା କରି ଏହାର ମୁକାବିଲା କରିବାକୁ ନିର୍ଦ୍ଦେଶ ଦେବା ସହିତ ଚାଷୀ ମାନଙ୍କ ପାଇଁ ଜରୁରୀକାଳୀନ ଫସଲ ଯୋଜନା (Contingency Crop Plan) କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।  

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟର ୨୧୩ଟି ବ୍ଲକ୍‌ରେ ବର୍ଷାର ଅଭାବ ଦେଖାଦେଇଛି, ଯାହାକି କୃଷି କାର୍ଯ୍ୟକ୍ରମକୁ ପ୍ରଭାବିତ କରିବାର ଆଶଙ୍କା ରହିଛି । କୃଷି ଓ କୃଷକ ସଶକ୍ତିକରଣ ବିଭାଗକୁ ସତର୍କ ରହିବାକୁ ନିର୍ଦ୍ଦେଶ ଦେଇ ଦୈନିକ ଭିତ୍ତିରେ ପରିସ୍ଥିତି ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସଂପୃକ୍ତ ଜିଲ୍ଲାପାଳମାନେ କ୍ଷେତ୍ରସ୍ତରରେ ତୁରନ୍ତ ପଦକ୍ଷେପ ନେବା ପାଇଁ ପରାମର୍ଶ ଦେଇଛନ୍ତି।


ଫସଲ ପାଇଁ ଜରୁରୀକାଳୀନ ଯୋଜନା, କେନାଲ ଗୁଡିକରେ ଜଳପ୍ରବାହ ଏବଂ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି କାର୍ଯ୍ୟକ୍ରମ ଗୁଡିକ ମଧ୍ୟରେ ଉତ୍ତମ ସମନ୍ବୟ ରଖି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।


ଚାଷୀ ମାନଙ୍କ ଫସଲ ନଷ୍ଟ ହେବା କ୍ଷେତ୍ରରେ ଦ୍ବିତୀୟ ଫସଲ ପାଇଁ ବିହନ ଓ ମିନିକିଟ୍‌ ଯୋଗାଇ ଦେବା ଏବଂ ଯେଉଁଠାରେ ଫସଲ   ଅଛି, ତାକୁ ସୁରକ୍ଷିତ ରଖିବା ପାଇଁ ରିହାତି ଦରରେ ଚାଷୀ ମାନଙ୍କୁ ଡିଜେଲ ପମ୍ଫସେଟ୍‌ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। 


ସେହିପରି ଚାଷୀ ମାନଙ୍କ ଜମିକୁ ଜଳଯୋଗାଣକୁ ସୁରକ୍ଷିତ ରଖିବା ପାଇଁ ଗୋଟିଏ ଜାଗାରେ ଅଧ ଏକରରୁ ଅଧିକ ଥିବା ଚାଷ ଜମି ପାଇଁ ପୋଖରୀ (Farm Pond) ଖୋଳିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ସମସ୍ତ ଉଠାଜଳସେଚନ ପଏଣ୍ଟ ଗୁଡିକୁ ୭ ଦିନ ମଧ୍ୟରେ ମରାମତି ଓ ପୁନରୁଦ୍ଧାର କରି କାର୍ଯ୍ୟକ୍ଷମ କରିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି । ଛୋଟ ଓ ନାମମାତ୍ର ଚାଷୀ ଓ କୃଷି ଶ୍ରମିକ ମାନଙ୍କୁ ଜୀବିକା ସହାୟତା ଦେବା ପାଇଁ ବିଭିନ୍ନ ରୋଜଗାର ସୃଷ୍ଟିକାରୀ ଯୋଜନା ଉପରେ ପ୍ରାଥମିକତା ଦେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ତଳିଆ ଅଞ୍ଚଳର ଚାଷୀମାନଙ୍କ ପାଇଁ ଜଳଯୋଗାଣ ସୁନିଶ୍ଚିତ କରିବା ଓ ଭୂତଳ ଜଳ recharging ପାଇଁ ପଦକ୍ଷେପ ନେବାକୁ ଜଳସଂପଦ ବିଭାଗକୁ ପରାମର୍ଶ ଦେଇଛନ୍ତି  ।


ଜନସାଧାରଣ ଓ ପ୍ରାଣୀସଂପଦ ମାନଙ୍କ ପାଇଁ ଯେପରି ପାନୀୟ ଜଳର ଅଭାବ ନ ହୁଏ, ତାହା ସୁନିଶ୍ଚିତ କରିବାକୁ ଜିଲ୍ଲା ଓ ପୌରସଂସ୍ଥା କର୍ତ୍ତୃପକ୍ଷମାନେ ପଦକ୍ଷେପ ନେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଚାଷୀ ଓ ସାଧାରଣ ଜନତାଙ୍କ ଉପରେ ମରୁଡିର ପ୍ରଭାବ କମ୍‌ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।


ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ଦେଇ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ବୃଷ୍ଟିପାତ ୩୦ ପ୍ରତିଶତ କମ୍‌ ରହିଛି । ଧାନ ଫସଲ ପାଇଁ ସମସ୍ୟା ଦେଖା ଦେଇଥିଲେ ମଧ୍ୟ ଅଣଧାନ ଫସଲ ପାଇଁ କୌଣସି ସମସ୍ୟା ସୃଷ୍ଡି ହୋଇନାହିଁ । MGNREGAରେ ଅଧିକ କର୍ମନିଯୁକ୍ତି ସୃଷ୍ଟି ପାଇଁ ପଦକ୍ଷେପ ନିଆଯାଉଛି ବୋଲି ସେ କହିଥିଲେ । 


ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏବଂ ଜଳସଂପଦ ବିଭାଗ ନିଜସ୍ବ ବିକଳ୍ପ ଯୋଜନା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଉପସ୍ଥାପନା ରଖିଥିଲେ।


କଳାହଣ୍ଡି, ସୁନ୍ଦରଗଡ, ଅନୁଗୁଳ ଓ ରାୟଗଡା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ପାଣିପାଗ ବିଭାଗର ଆଞ୍ଚଳିକ ନିର୍ଦ୍ଦେଶକ ରାଜ୍ୟରେ ବୃଷ୍ଟିପାତ ସଂପର୍କରେ ସୂଚନା ଦେଇ କହିଥିଲେ ଯେ ସେପ୍ଟେମ୍ବର ମାସରେ ସ୍ବଭାବିକ ବୃଷ୍ଟିପାତ ହୋଇ ୨୨୬.୬ ମି.ମି. ବର୍ଷା ହେବାର ସମ୍ଭାବନା ରହିଛି ।


କାମଧନ୍ଦା ଅଭାବରୁ ବାହାର ରାଜ୍ୟକୁ ଯାଉଥିବା ଲୋକଙ୍କୁ ଯେପରି ରାଜ୍ୟ ମଧ୍ୟରେ କାମ ଯୋଗାଇ ଦିଆଯାଇପାରିବ, ସେ ସଂପର୍କରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା ।


ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ ।


ଉନ୍ନୟନ କମିଶନର ଓ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବମାନେ ବୈଠକରେ ଉପସ୍ଥିତ ଥିଲେ ।

Powered by Froala Editor

Tags Chief minister , Naveen Patnaik , Odisha

Related articles Odisha News Lens 4.1

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13838
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14731
    Mar 06, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    13964
    Mar 06, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15073
    Mar 05, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14574
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15420
    Mar 04, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15053
    Mar 05, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14494
    Mar 04, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13295
    Mar 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13838
    Mar 05, 2026
  • ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15073
    Mar 05, 2026
  • ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15420
    Mar 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14574
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15041
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14250
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15056
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14678
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14977
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14491
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13295
    Mar 06, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14494
    Mar 04, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14574
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In