Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ...

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ...

  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ...

  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ...

  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ...

  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

ରାଜନୀତି
Home ›› ରାଜନୀତି ››କଂଗ୍ରେସ ଭବନରେ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

କଂଗ୍ରେସ ଭବନରେ ଦୁଇ ଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

2021-09-01 01:05:12
15845
Share:
Facebook
Twitter
E-Mail
WhatsApp
Telegram
କଂଗ୍ରେସ ଭବନରେ ଦୁଇ ଦିନିଆ ପ୍ରଶିକ୍ଷଣ  କାର୍ଯ୍ୟକ୍ରମ

 ଭୁବନେଶ୍ୱର ତା ୩୧.୮-  ଅଖିଳ ଭାରତୀୟ କଂଗ୍ରେସର ଓଡ଼ିଶା ପ୍ରଭାରୀ ଡ. ଏ ଚେଲା କୁମାରଙ୍କ ଦ୍ୱାରା ଆଜି କଂଗ୍ରେସ ଭବନ ଠାରେ ଆୟୋଜିତ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବରେ ଉଦ୍‌ଘାଟନ କଲେ । ଏହି ଉଦ୍‌ଘାଟନ କାର୍ଯ୍ୟକ୍ରମକୁ ଦୁଇଟି ପର୍ଯ୍ୟାୟରେ ବିଭକ୍ତ କରାଯାଇଥିଲା । ଏହି ପଂଚାୟତ ରାଜ କମିଟି ଅଧ୍ୟକ୍ଷ ଶ୍ରୀ ଯଜେ୍ଞଶ୍ୱର ବାବୁ ଏହି କାର୍ଯ୍ୟକ୍ରମକୁ ପରିଚାଳନ କରିଥିଲେ । ଡ. ଚେଲା କୁମାର ଏହି ପ୍ରଶିକ୍ଷଣ ଶିବିରକୁ ଉଦ୍‌ବୋଧନ ଦେଇ କହିଲେ ଦଳୀୟ ଶୃଙ୍ଖଳା ଅତି ଦୃଢ଼ ଭାବରେ କାର୍ଯ୍ୟକାରୀ କରାଯିବ । ଯିଏ ଯେକୌଣସି ପଦପଦବୀରେ ଥାଆନ୍ତୁ ନା କାହିଁକି ଦଳୀୟ ଶୃଙ୍ଖଳା ଅମାନ୍ୟକୁ ଆଦୌ ବରଦାସ୍ତ କରାଯିବ ନାହିଁ । ଶୃଙ୍ଖଳା ପ୍ରଗତିର ପ୍ରଥମ ପାହାଚ । ଶୃଙ୍ଖଳା ବିନା ପ୍ରଗତି ଅସମ୍ଭବ । ବିଶୃଙ୍ଖଳା ସୃଷ୍ଟି କରୁଥିବା କର୍ମୀ ଓ ନେତୃବର୍ଗଙ୍କ ପାଇଁ କଂଗ୍ରେସର ସ୍ଥାନ ନାହିଁ । ଆସନ୍ତା ଦିନରେ  ରାଜ୍ୟ କଂଗ୍ରେସ ସାରା ରାଜ୍ୟରେ ପ୍ରତ୍ୟେକ ଜିଲ୍ଳାର ବ୍ଲକସ୍ତରରେ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଜାରି ରଖିବ ।  ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ନିରଞ୍ଜନ ପଟ୍ଟନାୟକ ଏହି ପ୍ରଶିକ୍ଷଣ ଶିବିରରେ ସମସ୍ତ ଜିଲ୍ଳା ସଭାପତି ତଥା ବିଭିନ୍ନ ଜିଲ୍ଲା ପର୍ଯ୍ୟବେକ୍ଷକ, ବିଭିନ୍ନ ବିଭାଗ ଓ ପ୍ରକୋଷ୍ଠର ଅଧ୍ୟକ୍ଷ ମାନଙ୍କୁ ସମ୍ବୋର୍ଦ୍ଧିତ କରି କହିଲେ ସାଧୁତା, ନିଷ୍ଠା ଓ ଏକତ୍ର ଭାବ କଂଗ୍ରେସ ଦଳକୁ ଶଶକ୍ତ କରିବାପାଇଁ ଏକାନ୍ତ ଅପରିହାର୍ଯ୍ୟ । ଯେ ପର୍ଯ୍ୟନ୍ତ କଂଗ୍ରେସ ନେତୃବର୍ଗ ସେ ରାଜ୍ୟ ସ୍ତରର ହୁଅନ୍ତୁ, ଜିଲ୍ଲା ସ୍ତର, ବ୍ଲକ ସ୍ତର  କିମ୍ବା ପଂଚାୟତ ସ୍ତରରେ ନିଜ ଭିତରେ ଏକତ୍ର ଭାବ ରହିବ ନାହିଁ ଓ ନିଷ୍ଠା ରହିବ ନାହିଁ ସେ ପର୍ଯ୍ୟନ୍ତ ଦଳ ଶକ୍ତିଶାଳୀ ହୋଇପାରିବ ନାହିଁ ।  ଶ୍ରୀ ପଟ୍ଟନାୟକ ଆସନ୍ତା ଦିନରେ ରାଜ୍ୟରେ ପ୍ରତ୍ୟେକ ଜିଲ୍ଲାକୁ ଗ୍ରସ୍ତ କରିବା ସହିତ ଜନସାଧାରଣଙ୍କ ସହିତ ସିଧାସଳଖ ସମ୍ପର୍କ ସ୍ଥାପନ କରିବା ଏବଂ ସେ ଅଂଚଳର ସମସ୍ୟାକୁ ସରକାରଙ୍କ ପାଖରେ ଉତ୍‌ଥାପନ କରିବା ସହିତ ସମାଧାନ କରିବାରେ କଂଗ୍ରେସ ପ୍ରୟାସ କରିବ । କଂଗ୍ରେସ ବିଧାୟକ ଦଳ ନେତା ଶ୍ରୀ ନରସିଂହ ମିଶ୍ର କଂଗ୍ରେସ ଦଳକୁ ଅଧିକ କ୍ରିୟାଶୀଳ ଓ ଗତିଶୀଳ କରିବା ଉଦ୍ଦେଶ୍ୟରେ ନିଜର ମତ ରଖି କହିଥିଲେ ଯେ ପ୍ରତ୍ୟେକ କଂଗ୍ରେସ ନେତୃବର୍ଗ ଲୋକମାନଙ୍କ ସହିତ ଅହରହ ଜଡ଼ିତ ରହିବା ଉଚିତ୍ । ତତ୍ ସହିତ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ଜନମାରଣ ନୀତି ଓ ଦୁର୍ନୀତିକୁ ଲୋକମାନଙ୍କ ଆଗରେ ପର୍ଦାଫାସ କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି । ଦ୍ୱିତୀୟ ପର୍ଯ୍ୟାୟରେ ବିଶିଷ୍ଠ ସ୍ତମ୍ଭକାର ଦାସ ବେନେହୁର, ଗାନ୍ଧୀ ଓ ନେହେରୁଙ୍କ ଆଦର୍ଶ କଂଗ୍ରେସ ସଂଗଠନ ଓ କଂଗ୍ରେସର ଆଭିମୁଖ୍ୟ ଉପରେ ଗୁରୁତ୍ୱାରୋପ କରିଥିଲେ । ତତ୍ ସହିତ ପ୍ରଶିକ୍ଷାର୍ଥୀମାନଙ୍କୁ କହିଥିଲେ କଂଗ୍ରେସ ଭାରତବର୍ଷ ପାଇଁ  ଅତୀତ ନଥିଲା ଏବଂ କଂଗ୍ରେସର ବର୍ତମାନ ଓ ଭବିଷ୍ୟତ ପାଇଁ ବହୁ ଆବଶ୍ୟକ ଓ ଗୁରୁତ୍ୱ ବହନ କରେ । କଂଗ୍ରେସ ଖାଲି ଏକ ରାଜନୈତି ଦଳ ନୁହେଁ ଏହା ଏକ ଚିନ୍ତାଧାରା । ଗାନ୍ଧୀ ନେହେରୁୂଙ୍କୁ ସ୍ୱାଧୀନତା ସଂଗ୍ରାମ ଓ ଆଧୁନିକ ଭାରତ ଇତିହାସରୁ କେହିକେବେ ସତଚେଷ୍ଟା କଲେ ମଧ୍ୟ ପୋଛି ଦେଇ ପାରିବ ନାହିଁ । ମିଡିଆ ସେଲର ଅଧ୍ୟକ୍ଷ ଶ୍ରୀ ଗଣେଶ୍ୱର ବେହେରା ପ୍ରଶିକ୍ଷିକ ମାନଙ୍କୁ କହିଲେ ଯେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କର ସମସ୍ତ ଜନବିରୋଧି ନୀତିନିଷ୍ପତିକୁ ଅତି କୋଠାର ଭାବରେ ପ୍ରତ୍ୟେକ ସ୍ତରରେ ସମାଲୋଚନା କରିବା ସହିତ ଜନସାଧାରଣଙ୍କୁ ଏ ବାବବଦରେ ସଚେତନ କରାଇବା ପାଇଁ ଗୁରୁତ୍ୱାରୋପ କରିଥିଲେ । ରାଜ୍ୟ ଓ କେନ୍ଦ୍ର ସରକାରଙ୍କର ସମସ୍ତ ଦୁର୍ନୀତିକୁ ପର୍ଦାଫାସ କରିବ ସହିତ ଦୁର୍ନୀତିଖୋର ବ୍ୟକ୍ତିଙ୍କୁ କଠୋର ଦଣ୍ଡ ପାଇଁ ସଂଗ୍ରାମ କରିବା ଉପରେ ଗୁରୁତ୍ୱ ଦେଇଥିଲେ । ପୂର୍ବତନ ଅର୍ଥମନ୍ତ୍ରୀ ଶ୍ରୀ ପଂଚାନନ କାନୁନଗୋ କହିଲେ ଯେ ଆସନ୍ତା ପଂଚାୟତ ନିର୍ବାଚନ ପାଇଁ କଂଗ୍ରେସ ଦଳର ପ୍ରସ୍ତୁତି  ତଥା କିଭଳି ଭାବରେ କେଉଁସବୁ ବିଷୟକୁ ଗ୍ରାମାଂଚଳରେ ଉତ୍‌ଥାପନ କରାଯିବ ଏହାର ଏକ ବିସ୍ତୃତ ବିବରଣୀ ପ୍ରଦାନ କରିଥିଲେ । ଶ୍ରୀ ସୁଦର୍ଶନ ଦାସ ପଂଚାୟତ ରାଜ ଅନୁଷ୍ଠାନକୁ ଅଧିକ ଶକ୍ତିଶାଳି କରିବା ସହିତ ପଂଚାୟତ ସ୍ତରରେ କଂଗ୍ରେସ ଲୋକମାନଙ୍କ ପାଇଁ ଉତ୍ସର୍ଗୀକୃତ ସେବା କରିବା ନିମନ୍ତେ ଗୁରୁତ୍ୱାରୋପ କରିଥିଲେ । ଏହି ପ୍ରଶିକ୍ଷଣ ଶିବିରରେ ଶେଷ ନିର୍ଯ୍ୟାସ ଲୋକମାନଙ୍କ ସମସ୍ୟା ଓ ଲୋକମାନଙ୍କ ସହିତ ସହରାଂଚଳ ଠାରୁ ଆରମ୍ଭ କରି ଗ୍ରାମାଂଚଳ ପର୍ଯ୍ୟନ୍ତ କଂଗ୍ରେସ  ଏକ ଲଢ଼େଇ ଜାରି ରଖିବ ।  ଏହି କାର୍ଯ୍ୟକ୍ରମରେ ସମସ୍ତ ଜିଲ୍ଲା କଂଗ୍ରେସ ସଭାପତି, ପିସିସି ପର୍ଯ୍ୟବେକ୍ଷକ ଓ ପ୍ରଦେଶ କଂଗ୍ରେସ ସାମୁଖ୍ୟ ସଂଗଠନ, ପ୍ରକୋଷ୍ଠ ଓ ବିଭାଗର ମୁଖ୍ୟମାନେ ଯୋଗଦେଇଥିଲେ ।

Powered by Froala Editor

Tags Inc , Congress

Related articles Odisha News Lens 4.1

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14956
    Sep 04, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13539
    Sep 04, 2026
  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮  ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14212
    Sep 05, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14115
    Sep 03, 2026
  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି
    ଦେଶ-ଦେଶାନ୍ତର

    କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13453
    Sep 05, 2026
  • ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି
    ଦେଶ-ଦେଶାନ୍ତର

    ଦିଲ୍ଲୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ପାଣି

    14332
    Sep 05, 2026
  • ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ
    ଦେଶ-ଦେଶାନ୍ତର

    ନେପାଳ ବନ୍ୟାରେ ଭାସି ଆସୁଥିବା ମାଛ ଖାଇବାକୁ ସତର୍କ କଲେ ବିଶେଷଜ୍ଞ

    15352
    Sep 05, 2026
  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା
    ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15841
    Sep 03, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’
    ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15481
    Sep 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14115
    Sep 03, 2026
  • ଦେଶ-ଦେଶାନ୍ତର

    ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ଶହ ପାର କଲା

    15841
    Sep 03, 2026
  • ଦେଶ-ଦେଶାନ୍ତର

    ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15481
    Sep 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17724
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18142
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13708
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14519
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14822
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14775
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14111
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13879
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14410
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15297
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14798
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟ୍ରକ୍ କୁ ପିଟିଲା କାର୍ : ଦୁର୍ଘଟଣାରେ ୮ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ

    14212
    Sep 05, 2026
  • କୁଣ୍ଡାଇ କୁଣ୍ଡାଇ ମାସକୁ ୧୫ ଲକ୍ଷ ପାଉଛନ୍ତି ଚୀନର ଏହି ବ୍ୟକ୍ତି

    13453
    Sep 05, 2026
  • ମଣିଷଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ରହିଛି ନିଜସ୍ବ ‘ଆଞ୍ଚଳିକ ଭାଷା’

    15481
    Sep 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In