ରାଜ୍ୟରେ ଆଉ ୭୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୧୯ ନୂଆ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୨୫ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୨ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୯୭ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮ ହଜାର ୪୬୯ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୮, ବାଲେଶ୍ଵରରୁ ୪୩, ବରଗଡ଼ରୁ ୧, ଭଦ୍ରକରୁ ୧୯, ବଲାଙ୍ଗିରରୁ ୩, ବୌଦ୍ଧରୁ ୬, କଟକରୁ ୮୯, ଦେଓଗଡ଼ରୁ ୯, ଢେଙ୍କାନାଳରୁ ୧୪, ଗଞ୍ଜାମରୁ ୫, ଜଗତସିଂହପୁରରୁ ୨୩, ଯାଜପୁରରୁ ୨୭, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୩, କନ୍ଧମାଳରୁ ୪, କେନ୍ଦ୍ରାପଡ଼ାରୁ ୨୮, କେନ୍ଦୁଝରରୁ ୧୩, ଖୋର୍ଦ୍ଧାରୁ ୨୫୯, କୋରାପୁଟରୁ ୩, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୩୦, ନବରଙ୍ଗପୁରରୁ ୧, ନୟାଗଡ଼ରୁ ୧୧, ପୁରୀରୁ ୧୪, ରାୟଗଡ଼ାରୁ ୨, ସମ୍ବଲପୁରରୁ ୧୨, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୯, ଷ୍ଟେଟପୁଲ୍ରୁ ୫୭ ଜଣ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୮ ହଜାର ୪୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୧୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୯୩ ହଜାର ୨୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୧୩୪୨୮୮ସାମ୍ପୁଲ ଟେଷ୍ଟ୍ ହୋଇଛି।
Powered by Froala Editor