ଆଜିଠୁ ଖୋଲିଲା ଲିଙ୍ଗରାଜ ମନ୍ଦିର
ଭୁବନେଶ୍ୱର: ଆଜିଠୁ ଖୋଲିଛି ଲିଙ୍ଗରାଜ ମନ୍ଦିର । ଟ୍ରଷ୍ଟ ବୋ଼ର୍ଡ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ, ମନ୍ଦିର ଗର୍ଭଗୃହକୁ ଶ୍ରଦ୍ଧାଳୁ ପ୍ରବେଶ କରିପାରିବେ ନାହିଁ । ସମସ୍ତ ଶ୍ରଦ୍ଧାଳୁ ବାହାର କାଠ ନିକଟରୁ ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କରିବେ । କୋଭିଡ ଗାଇଡଲାଇନ୍ ପାଳନ ସହ ସେବାୟତ ଏବଂ ଶ୍ରଦ୍ଧାଳୁଙ୍କ ଡବଲ୍ ଡୋଜ୍ ଟିକାକରଣ ବାଧ୍ୟତାମୂଳକ କରାଯାଇଛି । ଏଥିସହ ସମସ୍ତେ ମାସ୍କ ପିନ୍ଧିବା, ହାତ ସାନିଟାଇଜ୍ କରିବା ଏବଂ ସାମାଜିକ ଦୂରତା ଉପରେ ପ୍ରାଧାନ୍ୟ ଦିଆଯାଇଛି।
ବିଏମ୍ସିର ଗାଇଡ୍ଲାଇନ୍ ଅନୁସାରେ ପ୍ରତ୍ୟେକ ଦର୍ଶନାର୍ଥୀ ନେଇଥିବା ୨ଟି ଡୋଜ ଟିକା ପ୍ରମାଣପତ୍ର ଦେଖାଇବା ଜରୁରୀ। ଥରକେ ୧୦୦ ଭକ୍ତଙ୍କୁ ଦର୍ଶନ ପାଇଁ ଅନୁମତି ମିଳିବ। ସେବାୟତମାନେ ଶ୍ରଦ୍ଧାଳୁଙ୍କଠାରୁ ଭୋଗ ଗ୍ରହଣ କରିପାରିବେ ନାହିଁ।
।
Powered by Froala Editor