ରାଜ୍ୟରେ ଆଉ ୭୫୪ଜଣ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୭୫୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୦୮ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୩୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୧୬ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ହଜାର ୨୨୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୯ହଜାର ୨୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୨୪୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୯୩ ହଜାର ୯୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor