ରାଜ୍ୟରେ ୮୦୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୮୦୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୬୭ଜଣ ଓ ସ୍ଥାନୀୟ ସଂକ୍ରମଣ ୩୩୮ ରହିଛି । ସୂଚନା ଓ ଳୋକ ସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଅନୁଗୁଳରୁ ୧୩, ବାଲେଶ୍ୱରରୁ ୩୦, ବରଗଡରୁ ୫, ଭଦ୍ରକରୁ ୧୪, ବୌଦ୍ଧରୁ ୩, କଟକରୁ ୯୮, ଦେବଗଡରୁ ୫, ଢେଙ୍କାନାଳରୁ ୧୧, ଗଜପତିରୁ ୧, ଗଞ୍ଜାମରୁ ୬ ଜଗତସିଂହପୁରରୁ ୧୭, ଯାଜପୁରରୁ ୧୯, ଝାରସୁଗୁଡାରୁ ୨, କେନ୍ଦ୍ରାପଡାରୁ ୩୩, କେନ୍ଦୁଝରରୁ ୮, ଖୋର୍ଦ୍ଧାରୁ ୩୪୬, କୋରାପୁଟରୁ ୪, ମାଲକାନାଗିରିରୁ ୨, ମୟୂରଭଞ୍ଜରୁ ୩୭, ନବରଙ୍ଗପୁରରୁ ୭, ନୟାଗଡରୁ ୧୦, ପୁରୀରୁ ୧୨, ରାୟଗଡାରୁ ୨, ସମ୍ବଲପୁରରୁ ୨୧, ସୁନ୍ଦରଗଡରୁ ୧୬ ଓ ରାଜ୍ୟପୁଲରୁ ୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୧ ହଜାର ୫୫୮ ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ୧୩୧ ଜଣ ପିଲା ରହିଛନ୍ତି ବୋଲି ସୂଚନା ମିଳିଛି ।
Powered by Froala Editor