ରାଜ୍ୟରେ ଆଉ ୬୦୯ ଜଣ ପଜିଟିଭ୍
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୧୮ ବର୍ଷରୁ କମ୍ ବୟସର ୧୨୨ ଜଣ ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୪ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୫୫ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୧୬୭ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୮୮ ଜଣ, କଟକରୁ ୧୧୩ ଜଣ, ବାଲେଶ୍ବର ଓ ଯାଜପୁର ଜିଲ୍ଲାରୁ ୩୧ ଜଣ ଲେଖାଏଁ, ଜଗତସିଂହପୁରରୁ ୨୨ ଜଣ, ମୟୂରଭଞ୍ଜରୁ ୨୧ ଜଣ, ପୁରୀରୁ ୨୦ ଜଣ, ଭଦ୍ରକରୁ ୧୮ ଜଣ, ସମ୍ବଲପୁରରୁ ୧୬ ଜଣ,କେନ୍ଦ୍ରପଡ଼ାରୁ ୧୩ ଜଣ, ଅନୁଗୁଳରୁ ୧୨ ଜଣ, ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୯ ଜଣ ଲେଖାଏଁ, ଢ଼େଙ୍କାନାଳ ଓ କେନ୍ଦୁଝର ଜିଲ୍ଲାରୁ ୮ ଜଣ ଲେଖାଏଁ, ରାୟଗଡ଼ାରୁ ୭ ଜଣ, କୋରାପୁଟରୁ ୬ ଜଣ,ଗଞ୍ଜାମ, ଝାରସୁଗୁଡ଼ା, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ୫ ଜଣ ଲେଖାଏଁ, ବଲାଙ୍ଗୀର ଓ ଦେବଗଡ଼ ଜିଲ୍ଲାରୁ ୪ ଜଣ ଲେଖାଏଁ, ସୋନପୁରରୁ ୨ ଜଣ, ଗଜପତି ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୨ ହଜାର ୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୬ ହଜାର ୯୯୬ ଜଣ ଆକ୍ଟିଭ୍ କେସ୍ ରହିଥିବା ବେଳେ ୯ ଲକ୍ଷ ୯୭ ହଜାର ୦୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor