ରାଜ୍ୟରେ ଆଉ ୩୧୪୪ ସଂକ୍ରମିତ

ଭୁବନେଶ୍ୱର : ରାଜ୍ୟରେ ଆଉ ୩୧୪୪ ଜଣ କରୋନା ସଂକ୍ରମିତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଂଟାଇନରେ ୧୮୨୩ ଜଣ ଥିବାବେଳେ ୧୩୨୧ ଜଣ ସ୍ଥାନୀୟ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି ।
ସୂଚନା ଓ ଲୋକସମ୍ପର୍କ ବିଭାଗର ସୂଚନା ଅନୁଯାୟୀ, ଅନୁଗୁଳରେ ୪୯, ବାଲେଶ୍ୱରରେ ୨୮, ବରଗଡ଼ରେ ୧୫୬, ଭଦ୍ରକରେ ୫୧, ବଲାଙ୍ଗୀରରେ ୯୨, ବୌଦ୍ଧରେ ୭, କଟକରେ ୧୪୦, ଦେବଗଡ଼ରେ ୨୧, ଢେଙ୍କାନାଳରେ ୧, ଗଜପତିରେ ୬୭, ଗଞ୍ଜାମରେ ୪୪, ଜଗତସିଂହପୁରରେ ୧୮, ଯାଜପୁରରେ ୭୬, ଝାରସୁଗୁଡ଼ାରେ ୧୧୯, କଳାହାଣ୍ଡିରେ ୫୩, କନ୍ଧମାଳରେ ୧୩, କେନ୍ଦ୍ରାପଡ଼ାରେ ୧୫, କେନ୍ଦୁଝରରେ ୧୨୮, ଖୋର୍ଦ୍ଧାରେ ୪୯୭, କୋରାପୁଟରେ ୧୮, ମାଲକାନାଗିରିରେ ୪, ମୟୂରଭଞ୍ଜରେ ୬୮, ନବରଙ୍ଗପୁରରେ ୯୬, ନୟାଗଡ଼ରେ ୨୯, ନୂଆପଡ଼ାରେ ୩୯୫, ପୁରୀରେ ୧୨୯, ରାୟଗଡ଼ାରେ ୪୪, ସମ୍ବଲପୁରରେ ୧୪୯, ସୋନପୁରରେ ୪, ସୁନ୍ଦରଗଡ଼ରେ ୫୨୩ ଓ ରାଜ୍ୟ ପୁଲରେ ୧୧୦ ଜଣ ଆକ୍ରାନ୍ତ ହୋଇଛନ୍ତି ।