ପଞ୍ଚାୟତ ଆଇନ ସଂଶୋଧନ ବିଲ୍ ଆଗତ
ଭୁବନେଶ୍ବର : ଓଡ଼ିଶା ପଞ୍ଚାୟତ ଆଇନ ସଂଶୋଧନ ବିଲ୍ ୨୦୨୧ ମଙ୍ଗଳବାର ବିଧାନସଭାରେ ଆଗତ ହୋଇଛି । ଏହି ବିଲ୍ ପାରିତ ହେଲେ ଓଡ଼ିଶା ଗ୍ରାମ ପଞ୍ଚାୟତ ବିଧେୟକ ଅନୁଯାୟୀ ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ । ଅର୍ଥାତ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ । ସେହିଭଳି ପଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ଵ୍ୟଵସ୍ଥା ରହିବ।
ପଛୁଆ ବର୍ଗଙ୍କ ସଂରକ୍ଷଣ ବ୍ୟବସ୍ଥାରେ ଯାହା ଲାଗୁ ହେବ ତାହା ପ୍ରାଧିକୃତ ଅଧିକାରୀ ତାହାକୁ କାର୍ୟ୍ୟକାରୀ କରିବେ। ତ୍ରିସ୍ତରୀୟ ପଞ୍ଚାୟତରାଜ ବ୍ୟବସ୍ଥାରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ପାଇଁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ହେବା ପରେ ଅବଶିଷ୍ଟ ଆସନଗୁଡିକ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ କରାଯିବ। କିନ୍ତୁ ତାହା ୨୭ ଭିତରେ ରହିବା ଉଚିତ, ଯେଉଁଠି ପେଶା ଆଇନ କାର୍ୟ୍ୟକାରୀ ହେଉଛି ଅଥବା ସଂରକ୍ଷଣ ଏରିଆରେ ୫୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହେବ ନାହିଁ।ଏହି ବିଲ୍ ବିଧାନସଭାରେ ପାରିତ ହେଲେ ପଞ୍ଚାୟତ ନିର୍ବାଚନ ପାଇଁ ବାଟ ଫିଟିବ। ଅନ୍ୟପକ୍ଷରେ ଓଡ଼ିଶା ପୋୖର ବିଧି ସଂଶୋଧନ ବିଧେୟକ ଆଜି ଗୃହରେ ପାରିତ ହୋଇଛି। ଗତକାଲି(ସୋମବାର) ଏହି ବିଲ୍ ଗୃହରେ ଆଗତ ହୋଇଥିଲା ।
Powered by Froala Editor