ହଟ୍ଟଗୋଳରେ ଗୃହ କମ୍ପିଲା, ତଥାପି ପାରିତ ହେଲା ୪ ବିଲ୍
ହଟ୍ଟଗୋଳ ଭିତରେ ବିଧାନସଭାରେ ପାରିତ ହୋଇଛି ୪ଟି ବିଲ୍ । ଓଡ଼ିଶା ପଂଚାୟତ ସଂଶୋଧନ ବିଲ, ଓଡ଼ିଶା ସରକାରୀ ଜମି ବନ୍ଦୋବସ୍ତ ସଂଶୋଧନ ବିଲ୍, ଓଡ଼ିଶା ଗୃହ ବ୍ୟବସ୍ଥା ବୋର୍ଡ ସଂଶୋଧନ ବିଲ୍ ଓ ଭାରତୀୟ ଷ୍ଟାମ୍ପ ଓଡ଼ିଶା ସଂଶୋଧନ ବିଲ୍ ପାରିତ ହୋଇଛି।
ଖଣି ଦୁର୍ନୀତି ପ୍ରସଙ୍ଗରେ କଂଗ୍ରେସ ଦେଇଥିବା ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗ୍ରହଣ କରିନଥିବାରୁ ଗୃହରେ ବିରୋଧୀ ଦଳ ସଦସ୍ୟମାନେ ହୋ-ହାଲ୍ଲା କରିବାରୁ ଗୃହକୁ ପ୍ରଥମେ ସାଢ଼େ ୧୧ଟା ପର୍ଯ୍ୟନ୍ତ ଓ ପରେ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଥିଲା। ପ୍ରଥମାର୍ଦ୍ଧରେ ଗୃହ ମାତ୍ର ୧ମିନିଟ୍ ଚାଲିବା ସମ୍ଭବପର ହୋଇପାରିଥିଲା। ଦ୍ୱିତୀୟାର୍ଦ୍ଧରେ ଗୃହ କାର୍ଯ୍ୟ ଆରମ୍ଭ ହେବାପରେ ବିରୋଧୀ ସଦସ୍ୟଙ୍କ ପକ୍ଷରୁ ହଟ୍ଟଗୋଳ ଲାଗି ରହିଥିଲା । ବାଚସ୍ପତିଙ୍କ ପୋଡିୟମ ତଳେ ନାରାବାଜି କରିଥିଲେ ବିରୋଧୀ। ବିଜେପି ସଦସ୍ୟମାନେ ବି ଗୃହର ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଥିଲେ।
ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ସରକାର ୪ଟି ବିଲକୁ ପାରିତ କରାଇ ନେଇଥିଲେ। ଓଡ଼ିଶା ପଂଚାୟତ ସଂଶୋଧନ ବିଲ, ଓଡ଼ିଶା ସରକାରୀ ଜମି ବନ୍ଦୋବସ୍ତ ସଂଶୋଧନ ବିଲ, ଓଡ଼ିଶା ହାଉସିଂ ବୋର୍ଡ ସଂଶୋଧନ ବିଲ୍ ଓ ଭାରତୀୟ ଷ୍ଟାମ୍ପ ଓଡ଼ିଶା ସଂଶୋଧନ ବିଲ୍ ପାରିତ ହୋଇଛି। ତେବେ ଗୃହରେ ଓବିସିଙ୍କ ଗଣନା ଓ ୫୦ ପ୍ରତିଶତ ସଂରକ୍ଷଣ ସୀମାକୁ ହଟାଇବା ନିମନ୍ତେ ଆସିବାକୁ ଥିବା ସଂକଳ୍ପ ପ୍ରସ୍ତାବ ଆଜି ଆସିପାରିନି।
Powered by Froala Editor