ରାଜ୍ୟରେ ୧୧୭ ଜଣ ଛୁଆ କରୋନା ପଜିଟିଭ୍
ଭୁବନେଶ୍ୱର : ରାଜ୍ୟରେ ଛୁଆଙ୍କ ସଂକ୍ରମଣରେ ଲାଗୁ ନାହିଁ ବ୍ରେକ। ଦୈନିକ ୧୦୦ରୁ ଅଧିକ ଛୁଆଙ୍କ କରୋନା ରିପୋର୍ଟ ପଜିଟିଭ୍ ଆସୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୧୧୭ ଜଣ ଛୁଆ ଅଛନ୍ତି, ଯେଉଁମାନଙ୍କ ବୟସ ଶୂନରୁ ୧୮ ବର୍ଷ ମଧ୍ୟରେ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୮ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୩୨୩ଟି ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୭ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୭୧, ଅନୁଗୋଳରୁ୧୬, ବାଲେଶ୍ୱରରୁ ୪୧, ବରଗଡ଼ରୁ୩, ଭଦ୍ରକରୁ ୧୫, ବଲାଙ୍ଗିରରୁ୨, ଦେବଗଡ଼ରୁ ୫, ଢେଙ୍କାନାଳରୁ୧୨, କଳାହାଣ୍ଡିରୁ ଜଣେ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୬, ଯାଜପୁରରୁ ୩୪, ଝାରସୁଗୁଡ଼ାରୁ ୯, କେନ୍ଦ୍ରାପଡ଼ାରୁ ୧୪, କେନ୍ଦୁଝରରୁ ୫, କୋରାପୁଟରୁ ୧୧, ମାଲକାନଗିରିରୁ ୩, ମୟୂରଭଞ୍ଜରୁ ୧୯, ନବରଙ୍ଗପୁରରୁ ୩, ନୟାଗଡ଼ରୁ ଜଣେ, ପୁରୀରୁ ୨୧, ରାୟଗଡ଼ାରୁ ୧୧, ସମ୍ବଲପୁରରୁ ୧୭, ସୁନ୍ଦରଗଡ଼ରୁ ୧୩ ଓ ଷ୍ଟେଟ୍ ପୁଲ୍ରୁ ୭୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୪ ହଜାର ୩୩୮କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୯ ହଜାର ୧୬୫ ଜଣ ସୁସ୍ଥ ହୋଇ ସାରିଥିବା ବେଳେ ୭,୦୪୨ ଜଣ ଚିକିତ୍ସାଧୀନ ଅଛନ୍ତି।
Powered by Froala Editor