ରାଜ୍ୟରେ କରୋନା ନେଲା ୬ ମୁଣ୍ଡ
ଭୁବନେଶ୍ୱର: ଦିନକୁ ଦିନ କରୋନା ସଂକ୍ରମ ହ୍ରାସ ପାଉଥିବା ବେଳେ ମୃତୁ୍ୟ ସଂଖ୍ୟାରେ ମଧ୍ୟ ହ୍ରାସ ପରିଳକ୍ଷିତ ହେଉଛି । ଗତ କିଛି ଦିନ ହେବ ରାଜ୍ୟରେ ଏକ ଅଙ୍କରେ ରହୁଛି କରୋନା ମୃତୁ୍ୟ ସଂଖ୍ୟା । ଗତ ୨୪ ଘଣଣ୍ଟାରେ ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଜଗତସିଂହପୁରରୁ ଜଣେ ଲେଖାଏଁ ରହିଥିବା ବେଳେ କେନ୍ଦ୍ରାପଡା, ମୟୂରଭଞ୍ଜ ଓ ପୁରୀରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତୁ୍ୟ ସଂଖ୍ୟା ୮ ହଜାର ୮୪କୁ ବୃଦ୍ଧି ପାଇଛି । ଏହାରି ଭିତରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୭୫୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୩୫ ଜଣ ଓ ସ୍ଥାନୀୟ ସଂକ୍ରମଣ ୩୧୦ ରହିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ ବୟସର ୧୧୯ ଜଣ ପିଲା ରହିଛନ୍ତି ବୋଲି ସୂଚନା ମିଳିଛି ।
Powered by Froala Editor