ଦୁଇ ଦିନ ହେବ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା
ଭୁବନେଶ୍ୱର: ଆସନ୍ତାକାଲି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ସାମ୍ଭାବ୍ୟ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୪୮ଘଣ୍ଟା ମଧ୍ୟରେ ଆହୁରି ଘନିଭୂତ ହେବ ବୋଲି ସମ୍ଭାବନା ରହିଛି । ଏହି ଲଘୁଚାପ ପ୍ରଭାବରେ ଓଡିଶା ଉପକୂଳ, ପଶ୍ଚିମ କେନ୍ଦ୍ରିୟ ତତ-ସଲଗ୍ନ ଉତ୍ତର ବଙ୍ଗୋପସାଗରର ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୪୦-୫୦ କିଲୋମିଟର ପବନର ବେଗ ରହିବା ସହ ବେଳେବେଳେ ପବନର ବେଗ ୬୦ କିଲୋମିଟର ରହିବ ବୋଲି ଆଶଙ୍କା କରିଛି ପାଣିପାଗ ବିଭାଗ । ଏହାର ପ୍ରଭାବରେ ରାଜ୍ୟରେ ୧୧ ରୁ ୧୩ ତାରିଖ ଯାଏ ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଉତ୍ତର ଓଡିଶାର ଉପକୂଳବର୍ତ୍ତୀ ଆଭ୍ୟନ୍ତରିଣ, ଦକ୍ଷିଣ ଓଡିଶାର କିଛି ଜିଲ୍ଲାକୁ ୨ ଦିନ ପାଇଁ ଆଲର୍ଟ ଜାରି କରାଯାଇଛି । ଏହି ସମୟରେ ସମୁଦ୍ର ଅଶାନ୍ତ ଥିବାରୁ ମସô୍ୟଜୀବିଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।
Powered by Froala Editor