ରାଜ୍ୟରେ ୬୩୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୬୩୦ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୧୧୬ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ମଧ୍ୟରୁ ୩୬୮ ଜଣ କ୍ଵାରେଣ୍ଟାଇନ୍ ସେଣ୍ଟରରୁ ଓ ୨୬୨ ଜଣ ସ୍ଥାନୀୟ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୭୧୩ ଜଣକୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୨୧ ଜଣ, କଟକରୁ ୧୧୮ ଜଣ, ଯାଜପୁରରୁ ୩୨ ଜଣ, ବାଲେଶ୍ବରରୁ ୨୩ ଜଣ, ସୁନ୍ଦରଗଡ଼ରୁ ୨୨ ଜଣ, ମୟୂରଭଞ୍ଜରୁ ୨୦ ଜଣ, ନୟାଗଡ଼ରୁ ୧୭ ଜଣ, ପୁରୀରୁ ୧୬ ଜଣ, ସମ୍ବଲପୁରରୁ ୧୩ ଜଣ,ଢ଼େଙ୍କାନାଳରୁ ୧୨ ଜଣ, ଜଗତସିଂହପୁରରୁ ୧୧ ଜଣ, ଭଦ୍ରକରୁ ୧୦ ଜଣ, କୋରାପୁଟରୁ ୯ ଜଣ, କେନ୍ଦ୍ରପଡ଼ାରୁ ୮ ଜଣ, ରାୟଗଡ଼ାରୁ ୭ ଜଣ, ଅନୁଗୁଳରୁ ୫ ଜଣ, ବରଗଡ଼,ଦେବଗଡ଼, କେନ୍ଦୁଝର ଓ ମାଲକାନଗିରି ଜିଲ୍ଲାରୁ ୪ ଜଣ ଲେଖାଏଁ, ବଲାଙ୍ଗୀର, ଗଜପତି ଓ ଗଞ୍ଜାମ ଜିଲ୍ଲାରୁ ୩ ଜଣ ଲେଖାଏଁ, କନ୍ଧମାଳ ଓ ନବରଙ୍ଗପୁର ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ,ଝାରସୁଗୁଡ଼, କଳାହାଣ୍ଡି ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଏବଂ ଷ୍ଟେଟ୍ ପୋଲ୍ରୁ ୫୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦ ଲକ୍ଷ ୧୫ ହଜାର ୭୧୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୭ ହଜାର ୦୨୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦ ଲକ୍ଷ ୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Powered by Froala Editor